Categories: ଜାତୀୟ

ଦେଶରେ ଆଜି ୧୧୪ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୦।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୮୩,୮୬୨ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୫୧,୩୧୫ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧,୭୯୭ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୭୫୦କୁ ବୃଦ୍ଧି ପାଇଛି।

Share