ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ସୁନ୍ଦରଗଡ଼ ଆଗରେ

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ଶନିବାର ରାଜ୍ୟରେ ୧୧,୮୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬,୬୧୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫,୧୯୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୫ ଲକ୍ଷ ୨୪ ହଜାର ୨୦୭ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୧୯୨୨ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୫୬୦, ବାଲେଶ୍ୱରରୁ ୨୮୦, ବରଗଡ଼ରୁ ୪୨୮, ଭଦ୍ରକରୁ ୮୩, ବଲାଙ୍ଗୀରରୁ ୪୩୭, ବୌଦ୍ଧରୁ ୧୭୮, କଟକରୁ ୧୦୫୨, ଦେବଗଡ଼ରୁ ୧୧୫, ଢେଙ୍କାନାଳରୁ ୧୭୭, ଗଜପତିରୁ ୧୦୫, ଗଞ୍ଜାମରୁ ୩୪୧, ଜଗତ୍‌ସିଂହପୁରରୁ ୧୩୪, ଯାଜପୁରରୁ ୩୦୨, ଝାରସୁଗୁଡ଼ାରୁ ୪୨୧, କଳାହାଣ୍ଡିରୁ ୪୦୨, କନ୍ଧମାଳରୁ ୯୨, କେନ୍ଦ୍ରାପଡ଼ାରୁ ୧୪୫, କେନ୍ଦୁଝରରୁ ୨୩୧ ଆକ୍ରାନ୍ତ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୫୧୦, କୋରାପୁଟରୁ ୧୨୨, ମାଲକାନଗିରିରୁ ୭୦, ମୟୂରଭଞ୍ଜରୁ, ୧୭୫ ନବରଙ୍ଗପୁରରୁ ୪୧୯, ନୟାଗଡ଼ରୁ ୨୦୪ , ନୂଆପଡ଼ାରୁ ୨୮୬ , ପୁରୀରୁ ୪୫୪, ରାୟଗଡ଼ାରୁ ୧୩୮, ସମ୍ବଲପୁରରୁ ୫୩୩ ଓ ସୁବର୍ଣ୍ଣପୁରରୁ ୨୧୦ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri