ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ସୁନ୍ଦରଗଡ଼ ଆଗରେ

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ଶନିବାର ରାଜ୍ୟରେ ୧୧,୮୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬,୬୧୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫,୧୯୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୫ ଲକ୍ଷ ୨୪ ହଜାର ୨୦୭ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୧୯୨୨ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୫୬୦, ବାଲେଶ୍ୱରରୁ ୨୮୦, ବରଗଡ଼ରୁ ୪୨୮, ଭଦ୍ରକରୁ ୮୩, ବଲାଙ୍ଗୀରରୁ ୪୩୭, ବୌଦ୍ଧରୁ ୧୭୮, କଟକରୁ ୧୦୫୨, ଦେବଗଡ଼ରୁ ୧୧୫, ଢେଙ୍କାନାଳରୁ ୧୭୭, ଗଜପତିରୁ ୧୦୫, ଗଞ୍ଜାମରୁ ୩୪୧, ଜଗତ୍‌ସିଂହପୁରରୁ ୧୩୪, ଯାଜପୁରରୁ ୩୦୨, ଝାରସୁଗୁଡ଼ାରୁ ୪୨୧, କଳାହାଣ୍ଡିରୁ ୪୦୨, କନ୍ଧମାଳରୁ ୯୨, କେନ୍ଦ୍ରାପଡ଼ାରୁ ୧୪୫, କେନ୍ଦୁଝରରୁ ୨୩୧ ଆକ୍ରାନ୍ତ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୫୧୦, କୋରାପୁଟରୁ ୧୨୨, ମାଲକାନଗିରିରୁ ୭୦, ମୟୂରଭଞ୍ଜରୁ, ୧୭୫ ନବରଙ୍ଗପୁରରୁ ୪୧୯, ନୟାଗଡ଼ରୁ ୨୦୪ , ନୂଆପଡ଼ାରୁ ୨୮୬ , ପୁରୀରୁ ୪୫୪, ରାୟଗଡ଼ାରୁ ୧୩୮, ସମ୍ବଲପୁରରୁ ୫୩୩ ଓ ସୁବର୍ଣ୍ଣପୁରରୁ ୨୧୦ ଅଛନ୍ତି।