ଆଜି ୧୪ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ରବିବାର ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୧୨ ଲକ୍ଷ ୮୮ ହଜାର ୩୦୪ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ଜିଲାରୁ ୧, କଟକରୁ ୩, ଖୋର୍ଦ୍ଧାରୁ ୧ ଓ ନୂଆପଡ଼ାରୁ ୯ ଜଣ ଅଛନ୍ତି।