ଭୁବନେଶ୍ୱରରୁ ଆଜି ୧୪ ପଜିଟିଭ ଚିହ୍ନଟ: ଲୋକାଲ କେସ୍‌ ୯

ଭୁବନେଶ୍ୱର,୨୪।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୯ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୧୪୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩୦୮୮୨ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୩୫ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୩୫୦ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।