ଆଜି ୧୬ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ ବୁଧବାର ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୨ ଲକ୍ଷ ୮୭ ହଜାର ୭୭୩ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬ ଆକ୍ରାନ୍ତ ଥିବା ବେଳେ ବଲାଙ୍ଗୀରରୁ ୨, ଯାଜପୁରରୁ ୨, କେନ୍ଦ୍ରାପଡ଼ାରୁ ୧, ରାୟଗଡ଼ାରୁ ୧ ସମ୍ବଲପୁରରୁ ୩ ଓ ସୁନ୍ଦରଗଡ଼ର ଜଣେ ଅଛନ୍ତି।