ରାଜ୍ୟରେ ସୁସ୍ଥ ହେଲେ ୧୬୪୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୧୬୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୮୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୧୪୯, ଜଗତସିଂହପୁରରୁ ୧୨୨, କଟକରୁ ୧୦୯, ଅନୁଗୁଳରୁ ୮୪, ସୁନ୍ଦରଗଡରୁ ୮୩, ବଲାଙ୍ଗିରିରୁ ୭୮, ବାଲେଶ୍ବରରୁ ୭୬, କେନ୍ଦ୍ରାପଡାରୁ ୬୩, କେନ୍ଦୁଝରରୁ ୫୬, ମାଲକାନଗିରିରୁ ୫୪, କୋରାପୁଟରୁ ୫୧, କଳାହାଣ୍ଡିରୁ ୪୮, ନୂଆପଡାରୁ ୪୮, ପୁରୀରୁ ୪୭, ନବରଙ୍ଗପୁରରୁ ୪୨, ବରଗଡରୁ ୩୯, ନୟାଗଡରୁ ୩୩, ଢେଙ୍କାନାଳରୁ ୩୨, ଗଞ୍ଜାମରୁ ୩୨, ଝାରସୁଗୁଡାରୁ ୩୨, ସମ୍ବଲପୁରରୁ ୨୯, ଭଦ୍ରକରୁ ୨୫, ଯାଜପୁରରୁ ୨୨, ସୋନପୁରରୁ ୧୮, ବୌଦ୍ଧରୁ ୧୭, ଦେବଗଡରୁ ୧୩, କନ୍ଧମାଳରୁ ୧୨ ସୁସ୍ଥ ହୋଇଛନ୍ତି। ସେହିପରି ରାୟଗଡାରୁ ୮, ଗଜପତିରୁ ୪ ଏବଂ ଷ୍ଟେଟପୁଲରୁ ୩୩ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।