ଦେଶରେ ଥମୁନି ମୃତ୍ୟୁସଂଖ୍ୟା: ଡରାଇଲାଣି ୫ ରାଜ୍ୟ

ନୂଆଦିଲ୍ଲୀ,୨।୭: ଗତ କିଛି ଦିନ ହେବ ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଦୈନିକ ସଂକ୍ରମଣ ଦିନେ କମିଲେ ଦିନେ ବଢ଼ୁଛି। ଶୁକ୍ରବାର ଅପେକ୍ଷା ଶନିବାର ଏହି ସଂକ୍ରମଣରେ ସାମାନ୍ୟ ବୃଦ୍ଧି ପାଇଛି। ଶୁକ୍ରବାର ତୁଳନାରେ ଶନିବାର ଏହି ସଂଖ୍ୟା ୦.୧ ପ୍ରତିଶତ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୭ ହଜାରରୁ ଅଧିକ ନୂତନ କରୋନା ମାମଲା ଚିହ୍ନଟ ହୋଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଦେଶରେ ୧୭,୦୯୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ୧୪,୬୮୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ମାମଲା ୧,୦୯,୫୬୮ ରହିଛି। ଅନ୍ୟପଟେ ଦେଶର ପାଞ୍ଚଟି ରାଜ୍ୟରେ ସର୍ବାଧିକ ସଂଖ୍ୟକ କରୋନା ମାମଲା ଚିହ୍ନଟ ହୋଇଥିବା ବେଳେ ଏହା ଏବେ ଚିନ୍ତାର କାରଣ ପାଲଟିଛି। ଏହି ରାଜ୍ୟଗୁଡିକ ମଧ୍ୟରେ କେରଳ ପ୍ରଥମ ସ୍ଥାନରେ ରହିଛି। କାରଣ ଏଠାରେ ୩,୯୦୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ସେହିପରି ଦ୍ୱିତୀୟ ସ୍ଥାନରେ ମହାରାଷ୍ଟ୍ର ରହିଛି, ଯେଉଁଠାରେ ୩,୨୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତୃତୀୟ ସ୍ଥାନରେ ତାମିଲନାଡୁ ରହିଥିବା ବେଳେ ଏଠାରେ ୨,୩୮୫, ପଶ୍ଚିମବଙ୍ଗ ୧,୭୩୯ ଏବଂ କର୍ନାଟକରେ ୧,୦୭୩ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ବିଜିପୁର ଗ୍ରାମକୁ ଯିବା ବେଳେ ଯୁବକଙ୍କୁ ଧକ୍କାଦେଇ ୧୫ ଫୁଟ ତଳକୁ ଖସିପଡ଼ିଲା ଟ୍ରାକ୍ଟର: ଆଖିବୁଜିଦେଲେ…

ମୋହନା,୧୬ା୫(ମନ୍ମଥ ମିଶ୍ର): ମୋହନା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋହନା ଥାନା ଅନ୍ତର୍ଗତ କିର୍ତିଂ ଗ୍ରାମର…

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri