Posted inଖେଳ

ଡେବ୍ୟୁ ମ୍ୟାଚ୍‌ରେ ୧୬ ଉଇକେଟ ନେଇ ଚମକାଇଥିଲେ ଏହି ଭାରତୀୟ ସ୍ପିନର୍‌: ଆଜି ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୧୫।୧: ଯେକୌଣସି କ୍ରୀଡାରେ ଜଣେ ଯୁବ ଖେଳାଳି ପ୍ରଥମଥର ପାଇଁ ପଡ଼ିଆକୁ ଓହ୍ଲାଇବା ବେଳେ ନିଜର ଛାପ ଛାଡ଼ିବାର ପ୍ରଚେଷ୍ଟା କରିଥାନ୍ତି। ଏପରି କରିବା ଦ୍ୱାରା ତାଙ୍କୁ ପୁନର୍ବାର ସୁଯୋଗ ମିଳିଥାଏ। କ୍ରିକେଟ ମଇଦାନରେ ମଧ୍ୟ ଅନେକ ଖେଳାଳି ନିଜର ଡେବ୍ୟୁ ମ୍ୟାଚ୍‌ରେ ଚମତ୍କାର କରିଛନ୍ତି। ସେମାନଙ୍କ ମଧ୍ୟରୁ ଏଭଳି ଜଣେ ଖେଳାଳି ଅଛନ୍ତି ଯିଏ ନିଜର ଡେବ୍ୟୁ ମ୍ୟାଚ୍‌ରେ ଏପରି କିଛି କରିଥିଲେ, ଯାହା ଅନ୍ୟପକ୍ଷେ କରିବା ସହଜ ହେବ ନାହିଁ। ସେ ହେଲେ ଲେଗ୍‌ବ୍ରେକ୍‌ ଗୁଗଲି ପାଇଁ ଖ୍ୟାତ ପୂର୍ବତନ ଭାରତୀୟ କ୍ରିକେଟର ନରେନ୍ଦ୍ର ହିରଓ୍ବାନୀ। ୧୯୮୮ରେ ୧୯ ବର୍ଷ ବୟସରେ ଏହି ଭାରତୀୟ ସ୍ପିନର ଡେବ୍ୟୁ ଟେଷ୍ଟ କ୍ରିକେଟ ଖେଳିଥିଲେ। ଚେନ୍ନାଇରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ମ୍ୟାଚ୍‌ ଥିଲା। ସେତେବେଳେ ଭାରତୀୟ ଅଧିନାୟକ ରବି ଶାସ୍ତ୍ରୀ ହିରଓ୍ବାନୀଙ୍କ ଉପରେ ବିଶ୍ୱାସ ପ୍ରକଟ କରିଥିଲେ। ପରେ ଯାହା ହେଲା ତାହା ଇତିହାସ ହୋଇ ରହିଛି।

ମ୍ୟାଚ୍‌ରେ ଭାରତ ପ୍ରଥମ ପାଳିରେ ୩୮୨ ରନ୍‌ କରିଥିଲା। ଏହାର ଜବାବ ଦେବାକୁ ପଡ଼ିଆକୁ ଓହ୍ଲାଇଥିବା ଓ୍ବେଷ୍ଟଇଣ୍ଡିଜ୍‌କୁ ୧୮୪ ରନ୍‌ରେ ଅଲଆଉଟ୍‌ କରିଥିଲା ଭାରତୀୟ ଦଳ। ଏହା ପଛରେ ହିରଓ୍ବାନୀଙ୍କ ବଡ଼ ହାତ ରହିଥିଲା। ସେ ୧୮.୩ ଓଭର ବୋଲିଂ କରି ୮ ଉଇକେଟ ନେଇଥିଲେ। ପ୍ରଥମ ପାଳିରେ ହିରଓ୍ବାନୀଙ୍କ ଐତିହାସିକ ବୋଲିଂ କେବଳ ଟ୍ରେଲର୍‌ ଥିଲା। ଦ୍ୱିତୀୟ ପାଳିରେ ଭାରତ ୨୧୭/୮ ରେ ପାଳି ଘୋଷଣା କରିଥିଲା। ଏଣୁ ଓ୍ବେଷ୍ଟଇଣ୍ଡିଜ ସମ୍ମୁଖରେ ୪୧୬ ରନ୍‌ର ବିଜୟ ଲକ୍ଷ୍ୟ ଥିଲା। ହିରଓ୍ବାନୀ ଦ୍ୱିତୀୟ ପାଳିରେ ୧୫.୨ ଓଭର ବୋଲିଂ କରିଥିଲେ। ଏଥିରେ ସେ ୭୫ ରନ୍‌ ଦେଇ ପୁଣି ୮ ଉଇକେଟ ନେଇଥିଲେ। ଏଭଳି ଭାବେ ଗୋଟିଏ ମ୍ୟାଚ୍‌ରେ ୧୬ ଉଇକେଟ ନେଇ ନିଜର ଡେବ୍ୟୁକୁ ସ୍ମରଣୀୟ କରିଦେଇଥିଲେ ହିରଓ୍ବାନୀ। ଆଜି ମଧ୍ୟ ଏହି ପ୍ରଦର୍ଶନ ସର୍ବଶ୍ରେଷ୍ଠ ବୋଲି ରେକର୍ଡ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri