ଭୁବନେଶ୍ୱରରୁ ଆଜି ଆଉ ୨୩୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୨୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫୧ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୧୮୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନା ଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୭୨୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୪୧୪୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୩୭ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୨୯୨୭ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।