CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୨୪୫ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଲା

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ସୋମବାର ରାଜ୍ୟରେ ୨୪୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ୨୧୪ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୧ ଜଣ ସ୍ଥାନୀୟ ଅଞ୍ଚଳରୁ ସଂକ୍ରମିତ ହୋଇଛନ୍ତି।
ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ସର୍ବାଧିକ ୯୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ଯାଜପୁରରୁ ୪୦ ଏବଂ ଖୋର୍ଦ୍ଧାରୁ ୨୮ ଜଣ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱରରରୁ ୨, ବରଗଡ଼ ୧୦, ଭଦ୍ରକ ୨, କଟକ ୭, ଢେଙ୍କାନାଳ ୩, କେନ୍ଦ୍ରାପଡ଼ା ୮, ଜଗତସିଂହପୁର ୯, ମୟୂରଭଞ୍ଜ ୫, ନୟାଗଡ଼ ୩, ଗଜପତି, କେନ୍ଦୁଝର ଏବଂ ନବରଙ୍ଗପୁର ଜିଲାରୁ ୭ ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା, ସୋନପୁର ଏବଂ ଝାରସୁଗୁଡ଼ା ଜିଲାରୁ ଜଣେ ଲେଖାଏ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ଏନ୍‌ଡିଆର୍‌ଏଫ୍‌ ଏବଂ ଓଡ୍ରାଫ୍‌ର ୨ କର୍ମଚାରୀ ମଧ୍ୟ ରହିଛନ୍ତି।
ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ଆକ୍ରାନ୍ତ ସଂଖ୍ୟା ୬,୮୫୯ରେ ପହଞ୍ଚିଥିବା ବେଳେ ୪,୭୪୩ ସୁସ୍ଥ ହୋଇଛନ୍ତି। ୨,୦୮୬ ଜଣ ଚିକିତ୍ସାଧୀନ ଥିବା ବେଳେ ୨୩ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri