ରାଜ୍ୟରେ ସୁସ୍ଥ ହେଲେ ଆଉ ୨୬୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୨୬୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୩୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୦୪, ସୁନ୍ଦରଗଡରୁ ୧୭୧, ଅନୁଗୋଳରୁ ୧୪୮, ଯାଜପୁରରୁ ୧୧୯, ବାଲେଶ୍ୱରରୁ ୧୧୩, ସମ୍ବଲପୁରରୁ ୧୦୯, ମୟୂରଭଞ୍ଜରୁ ୯୯, ବଲାଙ୍ଗୀରରୁ ୯୫, ନବରଙ୍ଗପୁରରୁ ୯୧, ବରଗଡରୁ ୮୩, ଜଗତସିଂହପୁରରୁ ୭୮, ଭଦ୍ରକରୁ ୬୯, ଝାଡସୁଗୁଡାରୁ ୬୮, କେନ୍ଦ୍ରାପଡାରୁ ୬୮, କେନ୍ଦୁଝରରୁ ୬୧, ନୂଆପଡାରୁ ୬୧, ପୁରୀରୁ ୫୪, ସୋନପୁରରୁ ୫୩, କଳାହାଣ୍ଡିରୁ ୫୨, କୋରାପୁଟରୁ ୫୦, କନ୍ଧମାଳରୁ ୪୫, ନୟାଗଡରୁ ୪୧, ଗଞ୍ଜାମରୁ ୩୪, ଢେଙ୍କାନାଳରୁ ୩୦, ମାଲକାନଗିରିରୁ ୨୮, ବୌଦ୍ଧରୁ ୧୮ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଦେବଗଡରୁ ୧୩, ଗଜପତିରୁ ୧୨, ରାୟଗଡାରୁ ୧୨, ଷ୍ଟେଟପୁଲରୁ ୯୩ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।