ଭୁବନେଶ୍ୱରରୁ ଆଜି ୩୪୦ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୫୬

ଭୁବନେଶ୍ୱର,୧।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୫୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୨୨୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୮୫୮୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୯୬ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୩୫୩୬ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।