ଭୁବନେଶ୍ୱର,୧୬।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୭୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୮୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନା ଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୭୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୨୬୯୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୬୪ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୪୫୨୪ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


