ରାଜ୍ୟରେ ସୁସ୍ଥ ହେଲେ ଆଉ ୩୭୦୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୧।୯(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୭୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୯୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୨୦, ପୁରୀରୁ ୨୫୬, ଝାରସୁଗୁଡାରୁ ୧୫୧, କେନ୍ଦ୍ରାପଡାର ୧୪୭, ବଲାଙ୍ଗୀରରୁ ୧୩୬, ସୁନ୍ଦରଗଡରୁ ୧୩୬, ବରଗଡରୁ ୧୩୨, ମୟୂରଭଞ୍ଜରୁ ୧୨୦ ଓ ନବରଙ୍ଗପୁରରୁ ୧୨୦ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଯାଜପୁରରୁ ୧୧୩, ସମ୍ବଲପୁରରୁ ୧୧୧, କୋରାପୁଟରୁ ୯୯, ରାୟଗଡାରୁ ୯୮, ଜଗତସିଂହପୁରରୁ ୯୦, କନ୍ଧମାଳରୁ ୮୫, ଭଦ୍ରକରୁ ୭୬, ବାଲେଶ୍ୱରରୁ ୭୩, କେନ୍ଦୁଝରରୁ ୭୨, ସୋନପୁରରୁ ୬୫, ଗଞ୍ଜାମରୁ ୫୫, ବୌଦ୍ଧରୁ ୫୧, ଢେଙ୍କାନାଳରୁ ୩୯, ନୟାଗଡରୁ ୩୬, କଳାହାଣ୍ଡିରୁ ୩୪, ମାଲକାନଗିରିରୁ ୨୭ ଜଣ ସୁସ୍ଥ ହୋଇଛନ୍ତି। ଦେବଗଡରୁ ୨୩, ଅନୁଗୋଳରୁ ୨୨, ଗଜପତିରୁ ୨୨, ନୂଆପଡାରୁ ୧୧, ଷ୍ଟେଟପୁଲରୁ ୧୮୮ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।