ଭୁବନେଶ୍ୱରରୁ ଆଜି ୩୭୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୩୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରାଣ୍ଟାଇନରୁ ୧୪୫ ଓ ଲୋକାଲ କଣ୍ଟାକ୍ଟ କେସ ୨୩୧ ରହିଛି। ଏ ନେଇ ବିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଆଜି ସୁଦ୍ଧା ବିଏମସି ଅଞ୍ଚଳରୁ ୧୪୦୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୫୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮୯୪୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୫୦୫୩ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।