ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୧ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୬।୭(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାଜପୁର ଜିଲାରୁ ସର୍ବାଧିକ ୯୮ ଜଣ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୮୪, ସୁନ୍ଦରଗଡରୁ ୪୬, ଗଜପତିରୁ ୩୬, ଝାରସୁଗୁଡାରୁ ୩୦, କେନ୍ଦୁଝର, ମାଲକାନଗିରି, ଜଗତସିଂହପୁରରୁ ୧୭ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୨, ଅନୁଗୋଳରୁ ୮, ସୋନପୁରରୁ ୭, ବରଗଡରୁ ୬ ଜଣ, ସମ୍ବଲପୁର ଓ କେନ୍ଦ୍ରାପଡାରୁ ୫ ଜଣ ଲେଖାଏଁ, ଢେଙ୍କାନାଳରୁ ୪, ଭଦ୍ରକ ଓ ବାଲେଶ୍ୱରରୁ ୩ ଜଣ ଲେଖାଏଁ, କଟକରୁ ୨, ପୁରୀରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା୧୦୮୭୭ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।