ରାଜ୍ୟରେ ସୁସ୍ଥ ହେଲେ ୪୦୫ କରୋନା ଆକ୍ରାନ୍ତ: ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୨ ା୧୨(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୪୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୫୨, ଅନୁଗୋଳରୁ ୩୪, କଟକରୁ ୨୯, ବଲାଙ୍ଗୀରରୁ ୨୭, ବରଗଡ଼ରୁ ୨୩, ଯାଜପୁରରୁ ୨୧, ପୁରୀରୁ ୧୯, ମୟୁରଭଞ୍ଜରୁ ୧୭, ଜଗତସିଂପୁରରୁ ୧୪, ଝାରସୁଗୁଡ଼ାରୁ ୧୨, ଦେବଗଡ଼ରୁ ୧୧, ବାଲେଶ୍ୱରରୁ ୯, କେନ୍ଦ୍ରାପଡ଼ାରୁ ୯, ନୂଆପଡ଼ାରୁ ୯, ଭଦ୍ରକରୁ ୮, କଳାହାଣ୍ଡିରୁ ୮, ସମ୍ବଲପୁରରୁ ୮, କେନ୍ଦୁଝରରୁ ୬, ନୟାଗଡ଼ରୁ ୬, ଗଞ୍ଜାମରୁ ୪, କୋରାପୁଟରୁ ୩, ମାଲକାନାଗିରିରୁ ୩, ନବରଙ୍ଗପୁରରୁ ୩, ଢେଙ୍କାନାଳ-ରାୟଗଡ଼ା-ସୋନପୁରରୁ ଜଣେ ଲେଖାଏଁ ଓ ରାଜ୍ୟ ପୁଲରୁ ୧୨ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

ଫୁଟ୍‌ବଲରେ ଟ୍ରମ୍ପ୍‌ କାର୍ଡ

ବିଶ୍ୱକପ୍‌ ଫୁଟ୍‌ବଲ ୨୦୨୬ କ୍ରୀଡ଼ାପ୍ରେମୀଙ୍କୁ ଆବୋରି ରଖିଛି। ଏହି ସମୟରେ ଗୋଟେ ମିମ୍‌ ସୋସିଆଲ ମିଡିଆରେ ବେଶି ଘୂରି ବୁଲୁଥିବା ଦେଖାଯାଉଛି। ଆମେରିକା ଫୁଟ୍‌ବଲ ଦଳର ଷ୍ଟ୍ରାଇକର୍‌ଙ୍କୁ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri