ରାଜ୍ୟରେ ସୁସ୍ଥ ହେଲେ ଆଉ ୪,୦୫୩ ଆକ୍ରାନ୍ତ: ରାୟଗଡାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୦୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାୟଗଡା ଜିଲାରୁ ସର୍ବାଧିକ ୬୦୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୬୮, ଖୋର୍ଦ୍ଧାରୁ ୩୭୦, ଯାଜପୁରରୁ ୩୩୯, ଗଞ୍ଜାମରୁ ୨୩୩, ସୁନ୍ଦରଗଡରୁ ୨୧୭, କୋରାପୁଟରୁ ୧୭୫, ଭଦ୍ରକରୁ ୧୭୨, କଳାହାଣ୍ଡିରୁ ୧୬୫, ପୁରୀରୁ ୧୪୪, ନୟାଗଡରୁ ୧୪୧, ମୟୂରଭଞ୍ଜରୁ ୧୨୮, ମାଲକାନଗିରିରୁ ୧୨୦, ବରଗଡରୁ ୧୦୦, ସମ୍ବଲପୁରରୁ ୯୨, ବାଲେଶ୍ୱରରୁ ୮୩, କନ୍ଧମାଳରୁ ୭୯, ଢେଙ୍କାନାଳରୁ ୬୬, ବଲାଙ୍ଗୀରରୁ ୬୨, ନବରଙ୍ଗପୁରରୁ ୫୨, କେନ୍ଦ୍ରାପଡାରୁ ୫୦, ଗଜପତିରୁ ୪୮, ଜଗତସିଂହପୁରରୁ ୩୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଝାଡସୁଗୁଡାରୁ୩୫, କେନ୍ଦୁଝରରୁ୨୯, ଦେଓଗଡରୁ ୧୩, ସୋନପୁରରୁ ୧୩, ନୂଆପଡାରୁ ୯, ବୌଦ୍ଧରୁ ୬, ଅନୁଗୋଳରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।