ଭୁବନେଶ୍ୱର,୫।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶନିବାର ୪୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୨୪୨ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୬୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ସେହିପରି ଆଜି ୩୪୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ବିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ପ୍ରକାଶ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ ୧୨୮୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୮୮୬ଟି ଆକ୍ଟିଭ କେସ ରହିଥିବା ବେଳେ ୭୮୬୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୭ ଜଣ ପ୍ରାଣ ହରାଇଛନ୍ତି।


