ଭୁବନେଶ୍ୱରରେ ମାଡି ଚାଲିଛି କରୋନା: ଆଜି ଲୋକାଲରୁ ଚିହ୍ନଟ ହେଲେ ୨୩୬ ଆକ୍ରାନ୍ତ

ଭୁବନେଶ୍ୱର,୯।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ହୁ ହୁ ମାଡି ଚାଲିଛି କରୋନା। ବୁଧବାର ଆଉ ୪୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୯୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୦୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ବିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନା ଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୪୪୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୯୩୫୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୫୨ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୫୦୭୭ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।