ରାଜ୍ୟରେ କରୋନାର ସଙ୍ଗୀନ ସ୍ଥିତି: ଦିନକରେ ୪୫୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଶନିବାର ରାଜ୍ୟରେ ୪୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୬୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୪୨ ହଜାର ୨୨୪ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୭ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୨, ବାଲେଶ୍ୱରରୁ ୫, ବରଗଡ଼ରୁ ୧୯, ଭଦ୍ରକରୁ ୪, ବଲାଙ୍ଗୀରରୁ ୧୫, କଟକରୁ ୨୬, ଦେବଗଡ଼ରୁ ୧, ଢେଙ୍କାନାଳରୁ ୧, ଗଜପତିରୁ ୪, ଗଞ୍ଜାମରୁ ୧୩, ଜଗତ୍‌ସିଂହପୁରରୁ ୧, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୧୭, କଳାହାଣ୍ଡିରୁ ୨୯, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୩ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୨, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୧୦, ନବରଙ୍ଗପୁରରୁ ୮, ନୟାଗଡ଼ରୁ ୧, ନୂଆପଡ଼ାରୁ ୭୧ , ପୁରୀରୁ ୧୧, ରାୟଗଡ଼ାରୁ ୫ ,ସମ୍ବଲପୁରରୁ ୧୦ ଓ ସୁନ୍ଦରଗଡ଼ରୁ ୭୫ ଅଛନ୍ତି।