ଭୁବନେଶ୍ୱରରୁ ଆଜି ୪୭ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୩୮

ଭୁବନେଶ୍ୱର,୨୬।୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୩୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।