ରାଜ୍ୟରେ ସୁସ୍ଥ ହେଲେ ଆଉ ୪୭୬୧ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୨୬।୯(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୪୭୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୭୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୧୧, ମୟୂରଭଞ୍ଜରୁ ୨୧୬, ସୁନ୍ଦରଗଡରୁ ୧୬୭, ଯାଜପୁରରୁ ୧୪୨, ବରଗଡରୁ ୧୪୧, ବାଲେଶ୍ୱରରୁ ୧୩୭, ନବରଙ୍ଗପୁରରୁ ୧୧୪, ପୁରୀରୁ ୧୦୯, ଜଗତସିଂହପୁରରୁ ୧୦୩, ସୋନପୁରରୁ ୧୦୩, କୋରାପୁଟରୁ ୧୦୨, ଅନୁଗୋଳରୁ ୧୦୧, ଢେଙ୍କାନାଳରୁ ୯୮, କଳାହାଣ୍ଡିରୁ ୯୭, ଝାଡସୁଗୁଡାରୁ ୯୨, କେନ୍ଦୁଝରରୁ ୯୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କନ୍ଧମାଳରୁ ୮୯, କେନ୍ଦ୍ରାପଡାରୁ ୮୯, ଭଦ୍ରକରୁ ୮୬, ମାଲକାନଗିରିରୁ ୬୬, ବଲାଙ୍ଗୀରରୁ ୬୫, ବୌଦ୍ଧରୁ ୬୧, ଗଞ୍ଜାମରୁ ୫୬, ନୂଆପଡାରୁ ୫୩, ରାୟଗଡାରୁ ୫୧, ନୟାଗଡରୁ ୪୨, ଦେଓଗ଼ଡରୁ ୧୬, ଗଜପତିରୁ ୧୩, ଷ୍ଟେଟପୁଲରୁ ୫୮୭ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।