ଆଜି ଶ୍ରୀମନ୍ଦିରରେ ୫ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ, ୨୦ା୩:ଚୈତ୍ର ମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ତିଥି ଅବସରରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପାଦନ କରିବେ। ଏହା ଏକ ଗୁପ୍ତନୀତି। ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ। ତେଣୁ ସୋମବାର ଅପରାହ୍ନ ୫ଟାରୁ ରାତିି ୧୦ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସହ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ପରେ ମଇଲମ ନୀତି ସାରି ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଏହାପରେ ଶ୍ରୀଦେବୀ, ଭୂଦେବୀ ଖଟଶେଯ ଘରକୁ ବିଜେ କରିବେ। ସେହିପରି ଖସାପଡ଼ା ନୀତି ନିମନ୍ତେ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରିବେ। ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଖସାପଡ଼ା ନୀତି ସାରି ଦଇତାପତିମାନେ ଶ୍ରୀମନ୍ଦିରରୁ ବାହାରିବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ବଢ଼ିବ। ପରେ ମହାପ୍ରଭୁଙ୍କ ମଇଲମ ବେଶ ସନ୍ଧ୍ୟା ଆଳତୀ ବଢି ଅନ୍ୟାନ୍ୟ ନୀତି ସହ ରାତ୍ର ପହୁଡ଼ ସମ୍ପନ୍ନ କରାଯିବ। ଖସାପଡ଼ା ହେଉଛି ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ରବିବାର ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଛନ୍ତି। ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଦେଇଛନ୍ତି। ଏହି ଧଳାକନା, ଖଳି ଓ କଇଁଥ ଅଠାକୁ ବ୍ୟବହାର କରି ଦଇତାପତି ସେବକମାନେ ମହାପ୍ରଭୁଙ୍କ ଗୁପ୍ତନୀତି ସମ୍ପାଦନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri