ରାଜ୍ୟରେ ସୁସ୍ଥ ହେଲେ ଆଉ ୫୦୫ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୩।୭(ବ୍ୟୁରୋ)-ରାଜ୍ୟରେ ସୋମବାର ପୁଣି ୫୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୪୮ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୭୧, ଖୋର୍ଦ୍ଧାରୁ ୫୨, କଟକରୁ ୪୫, ପୁରୀରୁ ୧୧, ଗଜପତିରୁ ୧୦, ନବରଙ୍ଗପୁରରୁ ୯, ଯାଜପୁରରୁ ୮, ନୟାଗଡରୁ ୮, ଜଗତସିଂହପୁରରୁ ୭, ଭଦ୍ରକରୁ ୬, ଢେଙ୍କାନାଳରୁ ୬, ଅନୁଗୋଳରୁ ୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କନ୍ଧମାଳ, କେନ୍ଦ୍ରାପଡା ଓ କୋରାପୁଟରୁ ୪ ଜଣ ଲେଖାଏଁ, ବରଗଡରୁ ୩, କେନ୍ଦୁଝରରୁ ୨, ଝାରସୁଗୁଡା ଓ ରାୟଗଡାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୯୨୫୫ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।