Categories: କଟକ

କଟକରୁ ଆଜି ୫୧ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୫।୧୧-କଟକ ସହରରୁ ଆଜି ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୨୮ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୨୩ ରହିଛି। ଏ ନେଇ ସିଏମ୍‌ସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା କଟକ ସହରରୁ ୧୫୦୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୪୨୪୯ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୭୧ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୭୭୬ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।