ରାଜ୍ୟରେ ସୁସ୍ଥ ହେଲେ ପୁଣି ୫୧୫ କରୋନା ଆକ୍ରାନ୍ତ: ୧୨ ହଜାର ଟପିଲା ସୁସ୍ଥଙ୍କ ସଂଖ୍ୟା

ଭୁବନେଶ୍ୱର,୧୯।୭(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୫୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୧୯୯ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୮୦, ଯାଜପୁରରୁ ୪୦, ସୁନ୍ଦରଗଡରୁ ୩୭, କଟକରୁ ୨୮, କେନ୍ଦୁଝରରୁ ୨୦, ଜଗତସିଂହପୁରରୁ ୧୮, ବାଲେଶ୍ୱରରୁ ୧୫, ଝାରସୁଗୁଡାରୁ ୧୩, ବରଗଡରୁ ୧୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ମୟୁରଭଞ୍ଜ ଓ ରାୟଗଡାରୁ ୯ ଜଣ ଲେଖାଏଁ, ବଲାଙ୍ଗିରରୁ ୮, ଭଦ୍ରକରୁ ୭, ଗଜପତିରୁ୬, ପୁରୀରୁ ୬, କୋରାପୁଟରୁ ୫, ଅନୁଗୋଳ ଓ କେନ୍ଦ୍ରାପଡାରେ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୧୨୪୫୨ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri