ଆଜି ୬ ଲୋକ ସଭା, ୪୨ ବିଧାନସଭା ଆସନରେ ଭୋଟ

ଭୁବନେଶ୍ୱର,୨୫ା୫(ଅନିଲ ଦାସ): ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରାଜ୍ୟର ୬ ଲୋକ ସଭା କଟକ, ଭୁବନେଶ୍ବର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଓ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଶନିବାର ଭୋଟ ଗ୍ରହଣ ହେବ। ଏଥିପାଇଁ ପୋଲିଂ ପାର୍ଟି ଇଭିଏମ୍‌, ଭିଭିପିଏଟି ଓ ମତଦାନ ପାଇଁ ଆବଶ୍ୟକ ସାମଗ୍ରୀ ସହ ନିଜ ନିଜ ବୁଥ୍‌ରେ ପହଞ୍ଚି ସାରିଛନ୍ତି। କେତେକ ସ୍ଥାନରେ ଗୁରୁବାର ପୋଲିଂ ଅଧିକାରୀ ଓ କର୍ମଚାରୀ ପହଞ୍ଚି ସାରିଥିବା ବେଳେ ଶୁକ୍ରବାର ଅବଶିଷ୍ଟ ପହଞ୍ଚିଛନ୍ତି।
ତୃତୀୟ ପର୍ଯ୍ୟାୟ ମତଦାନ ଲାଗି ନିର୍ବାଚନ କମିଶନଙ୍କ ପକ୍ଷରୁ ରାଜ୍ୟରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ନିର୍ବାଚନ ପୂର୍ବରୁ କେତେକ ଅଞ୍ଚଳରେ ରାଜନୈତିକ ହିଂସା ଓ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଏ ସମସ୍ତ ଲୋକ ସଭା ଓ ଏହା ଅନ୍ତର୍ଗତ ବିଧାନସଭା ଆସନର ମତଦାନ କ୍ଷେତ୍ରରେ ୧୨୧ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ(ସିଏପିଏଫ୍‌ ) ମୁତୟନ କରାଯାଇଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି। ସମ୍ବଲପୁର ପୋଲିସ ଜିଲାର ୪ଟି ବିଧାନସଭା କ୍ଷେତ୍ରରେ ୧୨ ସିଏପିଏଫ୍‌ କମ୍ପାନୀ ମୁତୟନ ହୋଇଥିବା ବେଳେ ଦେବଗଡ଼ର ଗୋଟିଏ ନିର୍ବାଚନମଣ୍ଡଳୀରେ ୨, ଅନୁଗୋଳର ୫ ବିଧାନସଭା କ୍ଷେତ୍ରରେ ୧୨, ଢେଙ୍କାନାଳର ୪ ବିଧାନସଭା କ୍ଷେତ୍ରରେ ୮, ମୟୂରଭଞ୍ଜର ୧ ବିଧାନସଭା କ୍ଷେତ୍ରରେ ୨, କେନ୍ଦୁଝର ୬ ବିଧାନସଭା କ୍ଷେତ୍ରରେ ୧୭, କଟକ ଗ୍ରାମୀଣ ୩ ବିଧାନସଭା କ୍ଷେତ୍ରରେ ୧୧, କଟକ ସହରାଞ୍ଚଳ କ୍ଷେତ୍ରର ୩ ବିଧାନସଭା ନିର୍ବାଚନମଣ୍ଡଳୀରେ ୮ କମ୍ପାନୀ ମୁତୟନ ହୋଇଛନ୍ତି। ସେହିପରି ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାର ୫ ବିଧାନସଭା କ୍ଷେତ୍ରରେ ୧୩, ଖୋର୍ଦ୍ଧାର ୩ ବିଧାନସଭା କ୍ଷେତ୍ରରେ ୧୧, ପୁରୀର ୪ ବିଧାନସଭା କ୍ଷେତ୍ରରେ ୧୧, ନୟାଗଡ଼ ପୋଲିସ ଜିଲାର ୩ ବିଧାନସଭା କ୍ଷେତ୍ରରେ ୧୪ ସିଏପିଏଫ୍‌ କମ୍ପାନୀ ମୁତୟନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ଭାରତ ନିର୍ବାଚନ ଆୟୋଗ ରାଜନୈତିକ ହିଂସା ଓ ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ଅତ୍ୟନ୍ତ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରିଆସିଛନ୍ତି ା କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିରୁ ଦୂରେଇ ରହି ଶାନ୍ତିଶୃଙ୍ଖଳା ବଜାୟ ରଖି ଗଣତନ୍ତ୍ରର ମହାପର୍ବରେ ସାମିଲ ହେବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ସମସ୍ତ ରାଜନୈତିକ ଦଳ ଓ ରାଜ୍ୟର ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ା
ଏହି ପର୍ଯ୍ୟାୟରେ ଲୋକ ସଭା ଆସନରେ ମୋଟ ୬୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବେଳେ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଛନ୍ତି। ତୃତୀୟ ପର୍ଯ୍ୟାୟରେ ମୋଟ ୯୪ ଲକ୍ଷ ୪୮ ହଜାର ୫୫୩ ଜଣ ମତଦାତା ନିଜର ମତାଧିକାର ସାବ୍ୟସ୍ତ କରିବେ ା ଏମାନଙ୍କ ମଧ୍ୟରେ ୪୬,୧୭,୬୦୨ ମହିଳା, ୪୮,୨୯,୬୬୦ ପୁରୁଷ ଓ ୧୨୯୧ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି । ମତଦାତା ଲିଙ୍ଗ ଅନୁପାତ ୯୫୬ ରହିଛି ା ଏମାନଙ୍କ ମଧ୍ୟରେ ୨,୩୭,୧୩୧ ଜଣ ୧୮ରୁ ୧୯ ବର୍ଷର ପ୍ରଥମ ଥର ମତଦାତା ଥିବାବେଳେ ୨୦ରୁ ୨୯ ବର୍ଷର ୧୮,୪୫,୫୦୩ ଜଣ ଯୁବ ମତଦାତା ରହିଛନ୍ତି ା ନିର୍ବାଚନ ପାଇଁ ମୋଟ ୧୦,୫୧୫ଟି ମତଦାନ କେନ୍ଦ୍ର ଓ ୩୬ଟି ଅତିରିକ୍ତ ମତଦାନ କେନ୍ଦ୍ର କରାଯାଇଛି। ମତଦାନ କେନ୍ଦ୍ର ପିଛା ପ୍ରାୟ ୮୯୬ ଜଣ ମତାଦାତା ରହିଛନ୍ତି ା ୧୫୦୦ ମତଦାନ କେନ୍ଦ୍ର ସମ୍ପୂର୍ଣ୍ଣ ରୂପେ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହେବ । ସେହିପରି ୩୦ଟି ଭିନ୍ନକ୍ଷମ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହେବ ା ଏହି ପର୍ଯ୍ୟାୟରେ ପ୍ରାୟ ୨ ହଜାର ଆଦର୍ଶ ମତଦାନ କେନ୍ଦ୍ର (ମଡେଲ୍‌ ବୁଥ୍‌) କରାଯାଇଛି ା ନିର୍ବାଚନ ପରିଚାଳନା ପାଇଁ ପ୍ରାୟ ୭୦ ହଜାର ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି ା ସମସ୍ତ ପୋଲିଂ ଷ୍ଟେଶନରେ ଜଣେ ଲେଖାଏ ସ୍ବେଚ୍ଛାସେବୀ ଓ ଜଣେ ଲେଖାଏ ଆଶାକର୍ମୀ ନିୟୋଜିତ ହୋଇଛନ୍ତି ା
ଏହି ପର୍ଯ୍ୟାୟରେ ପ୍ରାୟ ଅଧିକାଂଶ ଆସନରେ କଡ଼ା ମୁକାବିଲା ଦେଖିବାକୁ ମିଳିବ। ସମ୍ବଲପୁର ଲୋକ ସଭା ଆସନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ମଧ୍ୟରେ ଜୋରଦାର ଲଢ଼େଇ ହେବାକୁ ଥିବାବେଳେ କଟକ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ଭର୍ତ୍ତୃହରି ମହତାବଙ୍କ ସହ ବିଜେଡିର ସଂତୃପ୍ତ ମିଶ୍ର ଏବଂ କଂଗ୍ରେସର ସୁରେଶ ମହାପାତ୍ରଙ୍କ ମଧ୍ୟରେ ଲଢ଼େଇ ହେବ। ପୁରୀରେ ଭାଜପା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ଅରୂପ ପଟ୍ଟନାୟକଙ୍କ ମଧ୍ୟରେ କଡ଼ା ଲଢ଼େଇ ହେବାକୁ ଥିବାବେଳେ ସେମାନଙ୍କୁ ଟକ୍କର ଦେବେ କଂଗ୍ରେସର ଜୟନାରାୟଣ ପଟ୍ଟନାୟକ । ଭୁବନେଶ୍ୱରରେ ଭାଜପା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ, ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜଙ୍କ ମଧ୍ୟରେ ଜୋରଦାର ପ୍ରତିଦ୍ୱନ୍ଦ୍ୱିତା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri