ଆଜି ୬ ଲୋକ ସଭା, ୪୨ ବିଧାନସଭା ଆସନରେ ଭୋଟ

ଭୁବନେଶ୍ୱର,୨୫ା୫(ଅନିଲ ଦାସ): ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରାଜ୍ୟର ୬ ଲୋକ ସଭା କଟକ, ଭୁବନେଶ୍ବର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଓ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଶନିବାର ଭୋଟ ଗ୍ରହଣ ହେବ। ଏଥିପାଇଁ ପୋଲିଂ ପାର୍ଟି ଇଭିଏମ୍‌, ଭିଭିପିଏଟି ଓ ମତଦାନ ପାଇଁ ଆବଶ୍ୟକ ସାମଗ୍ରୀ ସହ ନିଜ ନିଜ ବୁଥ୍‌ରେ ପହଞ୍ଚି ସାରିଛନ୍ତି। କେତେକ ସ୍ଥାନରେ ଗୁରୁବାର ପୋଲିଂ ଅଧିକାରୀ ଓ କର୍ମଚାରୀ ପହଞ୍ଚି ସାରିଥିବା ବେଳେ ଶୁକ୍ରବାର ଅବଶିଷ୍ଟ ପହଞ୍ଚିଛନ୍ତି।
ତୃତୀୟ ପର୍ଯ୍ୟାୟ ମତଦାନ ଲାଗି ନିର୍ବାଚନ କମିଶନଙ୍କ ପକ୍ଷରୁ ରାଜ୍ୟରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ନିର୍ବାଚନ ପୂର୍ବରୁ କେତେକ ଅଞ୍ଚଳରେ ରାଜନୈତିକ ହିଂସା ଓ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଏ ସମସ୍ତ ଲୋକ ସଭା ଓ ଏହା ଅନ୍ତର୍ଗତ ବିଧାନସଭା ଆସନର ମତଦାନ କ୍ଷେତ୍ରରେ ୧୨୧ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ(ସିଏପିଏଫ୍‌ ) ମୁତୟନ କରାଯାଇଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି। ସମ୍ବଲପୁର ପୋଲିସ ଜିଲାର ୪ଟି ବିଧାନସଭା କ୍ଷେତ୍ରରେ ୧୨ ସିଏପିଏଫ୍‌ କମ୍ପାନୀ ମୁତୟନ ହୋଇଥିବା ବେଳେ ଦେବଗଡ଼ର ଗୋଟିଏ ନିର୍ବାଚନମଣ୍ଡଳୀରେ ୨, ଅନୁଗୋଳର ୫ ବିଧାନସଭା କ୍ଷେତ୍ରରେ ୧୨, ଢେଙ୍କାନାଳର ୪ ବିଧାନସଭା କ୍ଷେତ୍ରରେ ୮, ମୟୂରଭଞ୍ଜର ୧ ବିଧାନସଭା କ୍ଷେତ୍ରରେ ୨, କେନ୍ଦୁଝର ୬ ବିଧାନସଭା କ୍ଷେତ୍ରରେ ୧୭, କଟକ ଗ୍ରାମୀଣ ୩ ବିଧାନସଭା କ୍ଷେତ୍ରରେ ୧୧, କଟକ ସହରାଞ୍ଚଳ କ୍ଷେତ୍ରର ୩ ବିଧାନସଭା ନିର୍ବାଚନମଣ୍ଡଳୀରେ ୮ କମ୍ପାନୀ ମୁତୟନ ହୋଇଛନ୍ତି। ସେହିପରି ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାର ୫ ବିଧାନସଭା କ୍ଷେତ୍ରରେ ୧୩, ଖୋର୍ଦ୍ଧାର ୩ ବିଧାନସଭା କ୍ଷେତ୍ରରେ ୧୧, ପୁରୀର ୪ ବିଧାନସଭା କ୍ଷେତ୍ରରେ ୧୧, ନୟାଗଡ଼ ପୋଲିସ ଜିଲାର ୩ ବିଧାନସଭା କ୍ଷେତ୍ରରେ ୧୪ ସିଏପିଏଫ୍‌ କମ୍ପାନୀ ମୁତୟନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ଭାରତ ନିର୍ବାଚନ ଆୟୋଗ ରାଜନୈତିକ ହିଂସା ଓ ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ଅତ୍ୟନ୍ତ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରିଆସିଛନ୍ତି ା କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିରୁ ଦୂରେଇ ରହି ଶାନ୍ତିଶୃଙ୍ଖଳା ବଜାୟ ରଖି ଗଣତନ୍ତ୍ରର ମହାପର୍ବରେ ସାମିଲ ହେବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ସମସ୍ତ ରାଜନୈତିକ ଦଳ ଓ ରାଜ୍ୟର ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ା
ଏହି ପର୍ଯ୍ୟାୟରେ ଲୋକ ସଭା ଆସନରେ ମୋଟ ୬୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବେଳେ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଛନ୍ତି। ତୃତୀୟ ପର୍ଯ୍ୟାୟରେ ମୋଟ ୯୪ ଲକ୍ଷ ୪୮ ହଜାର ୫୫୩ ଜଣ ମତଦାତା ନିଜର ମତାଧିକାର ସାବ୍ୟସ୍ତ କରିବେ ା ଏମାନଙ୍କ ମଧ୍ୟରେ ୪୬,୧୭,୬୦୨ ମହିଳା, ୪୮,୨୯,୬୬୦ ପୁରୁଷ ଓ ୧୨୯୧ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି । ମତଦାତା ଲିଙ୍ଗ ଅନୁପାତ ୯୫୬ ରହିଛି ା ଏମାନଙ୍କ ମଧ୍ୟରେ ୨,୩୭,୧୩୧ ଜଣ ୧୮ରୁ ୧୯ ବର୍ଷର ପ୍ରଥମ ଥର ମତଦାତା ଥିବାବେଳେ ୨୦ରୁ ୨୯ ବର୍ଷର ୧୮,୪୫,୫୦୩ ଜଣ ଯୁବ ମତଦାତା ରହିଛନ୍ତି ା ନିର୍ବାଚନ ପାଇଁ ମୋଟ ୧୦,୫୧୫ଟି ମତଦାନ କେନ୍ଦ୍ର ଓ ୩୬ଟି ଅତିରିକ୍ତ ମତଦାନ କେନ୍ଦ୍ର କରାଯାଇଛି। ମତଦାନ କେନ୍ଦ୍ର ପିଛା ପ୍ରାୟ ୮୯୬ ଜଣ ମତାଦାତା ରହିଛନ୍ତି ା ୧୫୦୦ ମତଦାନ କେନ୍ଦ୍ର ସମ୍ପୂର୍ଣ୍ଣ ରୂପେ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହେବ । ସେହିପରି ୩୦ଟି ଭିନ୍ନକ୍ଷମ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହେବ ା ଏହି ପର୍ଯ୍ୟାୟରେ ପ୍ରାୟ ୨ ହଜାର ଆଦର୍ଶ ମତଦାନ କେନ୍ଦ୍ର (ମଡେଲ୍‌ ବୁଥ୍‌) କରାଯାଇଛି ା ନିର୍ବାଚନ ପରିଚାଳନା ପାଇଁ ପ୍ରାୟ ୭୦ ହଜାର ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି ା ସମସ୍ତ ପୋଲିଂ ଷ୍ଟେଶନରେ ଜଣେ ଲେଖାଏ ସ୍ବେଚ୍ଛାସେବୀ ଓ ଜଣେ ଲେଖାଏ ଆଶାକର୍ମୀ ନିୟୋଜିତ ହୋଇଛନ୍ତି ା
ଏହି ପର୍ଯ୍ୟାୟରେ ପ୍ରାୟ ଅଧିକାଂଶ ଆସନରେ କଡ଼ା ମୁକାବିଲା ଦେଖିବାକୁ ମିଳିବ। ସମ୍ବଲପୁର ଲୋକ ସଭା ଆସନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ମଧ୍ୟରେ ଜୋରଦାର ଲଢ଼େଇ ହେବାକୁ ଥିବାବେଳେ କଟକ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ଭର୍ତ୍ତୃହରି ମହତାବଙ୍କ ସହ ବିଜେଡିର ସଂତୃପ୍ତ ମିଶ୍ର ଏବଂ କଂଗ୍ରେସର ସୁରେଶ ମହାପାତ୍ରଙ୍କ ମଧ୍ୟରେ ଲଢ଼େଇ ହେବ। ପୁରୀରେ ଭାଜପା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ଅରୂପ ପଟ୍ଟନାୟକଙ୍କ ମଧ୍ୟରେ କଡ଼ା ଲଢ଼େଇ ହେବାକୁ ଥିବାବେଳେ ସେମାନଙ୍କୁ ଟକ୍କର ଦେବେ କଂଗ୍ରେସର ଜୟନାରାୟଣ ପଟ୍ଟନାୟକ । ଭୁବନେଶ୍ୱରରେ ଭାଜପା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ, ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜଙ୍କ ମଧ୍ୟରେ ଜୋରଦାର ପ୍ରତିଦ୍ୱନ୍ଦ୍ୱିତା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?