ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ଲଗାତାର ୬ ହଜାର ଉପରେ ରହୁଛି ସଂକ୍ରମିତଙ୍କ ସଂଖ୍ୟା; କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୬,୦୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୫୨୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫୫୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୪ ଲକ୍ଷ ୨୦ ହଜାର ୧୨୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୯୨ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨୩୯, ବାଲେଶ୍ୱରରୁ ୭୮, ବରଗଡ଼ରୁ ୩୧୮, ଭଦ୍ରକରୁ ୬୫, ବଲାଙ୍ଗୀରରୁ ୪୫୭, ବୌଦ୍ଧରୁ ୬୪, କଟକରୁ ୧୯୮, ଦେବଗଡ଼ରୁ ୩୬, ଢେଙ୍କାନାଳରୁ ୧୨, ଗଜପତିରୁ ୭୯, ଗଞ୍ଜାମରୁ ୨୦୯, ଜଗତ୍‌ସିଂହପୁରରୁ ୬୨, ଯାଜପୁରରୁ ୧୦୭, ଝାରସୁଗୁଡ଼ାରୁ ୩୫୯, କଳାହାଣ୍ଡିରୁ ୨୭୭, କନ୍ଧମାଳରୁ ୩୪, କେନ୍ଦ୍ରାପଡ଼ାରୁ ୬୪, କେନ୍ଦୁଝରରୁ ୨୬୬ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୭୬, ମାଲକାନଗିରିରୁ ୨୯, ମୟୂରଭଞ୍ଜରୁ ୧୪୯, ନବରଙ୍ଗପୁରରୁ ୨୦୬ , ନୟାଗଡ଼ରୁ ୧୧୦ , ନୂଆପଡ଼ାରୁ ୪୦୦, ପୁରୀରୁ ୨୨୬, ରାୟଗଡ଼ାରୁ ୭୭, ସମ୍ବଲପୁରରୁ ୧୫୮ ସୁବର୍ଣ୍ଣପୁରରୁ ୭୪ ଓ ସୁନ୍ଦରଗଡ଼ରୁ ୩୭୧ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri