କଟକ ସହରରୁ ଆଜି ୬୪ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୧୯।୧୦- କଟକ ସହରରୁ ଆଜି ମୋଟ ୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୩୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୫ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ଏଯାବତ କଟକରେ ୧୪,୧୬୬ଜଣ କରୋନା ସଂକ୍ରମିତ ହୋଇଥିବାବେଳେ ୧୩,୨୨୨ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଏହି ମହାମାରୀରେ ୬୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ୮୭୯ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି।