ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୬୫ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହେଉଛି। ରାଜ୍ୟରେ ଗୁରୁବାର ୫୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ। ଆକ୍ରାନ୍ତଙ୍କ ମଧ୍ୟରୁ ୩୦୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୧୭ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୩୩ ହଜାର ୮୦୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୪୯ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨, ବାଲେଶ୍ୱରରୁ ୧୭, ବରଗଡ଼ରୁ ୩, ଭଦ୍ରକରୁ ୩, ବଲାଙ୍ଗୀରରୁ ୪, ବୌଦ୍ଧରୁ ୧, କଟକରୁ ୬୦, ଢେଙ୍କାନାଳରୁ ୨, ଗଞ୍ଜାମରୁ ୩, ଜଗତ୍‌ସିଂହପୁରରୁ ୧୫, ଯାଜପୁରରୁ ୯, ଝାରସୁଗୁଡ଼ାରୁ ୨ ଆକ୍ରାନ୍ତ ଅଛନ୍ତି। ସେହିପରି କଳାହାଣ୍ଡିରୁ ୩, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧୪, କେନ୍ଦୁଝରରୁ ୪, କୋରାପୁଟରୁ ୬, ମୟୂରଭଞ୍ଜରୁ ୨୧, ନୟାଗଡ଼ରୁ ୯, ପୁରୀରୁ ୧୩, ରାୟଗଡ଼ା ୧, ସମ୍ବଲପୁରରୁ ୯, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ୬୧ ଅଛନ୍ତି।