CORONAVIRUS UPDATE: ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୭୧୮ ପଜିଟିଭ୍‌ ଚିହ୍ନଟ, ୧୬ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୭ା୭(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୭୧୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକାନ୍ତଙ୍କ ସଂଖ୍ୟା ୧୬ ହଜାର ଟପିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୭୯ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଏବଂ ୨୩୯ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।
ତେବେ ଗଞ୍ଜାମରୁ ସର୍ବାଧିକ ୨୩୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୫୦ ଏବଂ ମାଲକାନଗିରିରୁ ୫୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ, ବାଲେଶ୍ୱର ଏବଂ ପୁରୀରୁ ୯ ଜଣ ଲେଖାଏ ଚିହ୍ନଟ ହୋଇଛନ୍ତିି। ବରଗଡ଼ରୁ ୪, ଭଦ୍ରକ ୧୦, କଟକ ୩୨, ଢେଙ୍କାନାଳ ୬, ଗଜପତି ୨୧, ଜଗତସିଂହପୁର ୧୬, ଝାରସୁଗୁଡ଼ା ୨୪, କନ୍ଧମାଳ ୭, କେନ୍ଦ୍ରାପଡ଼ା ୪, କେନ୍ଦୁଝର ୨୮, କୋରାପୁଟ ୨୭, ମୟୂରଭଞ୍ଜ ୨୨, ନବରଙ୍ଗପୁର ୧, ନୟାଗଡ଼ ୧୩, ରାୟଗଡ଼ା ୧୯, ସମ୍ବଲପୁର ୭, ସୋନପୁର ୫ ଏବଂ ସୁନ୍ଦରଗଡ଼ରୁ ୧୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬,୧୧୦ରେ ପହଞ୍ଚିଥିବା ବେଳେ ୧୦,୮୭୭ ଜଣ ସୁସ୍ଥ ହୋଇଛନ୍ତି। ୫,୧୨୪ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri