CORONAVIRUS UPDATE: ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୭୧୮ ପଜିଟିଭ୍‌ ଚିହ୍ନଟ, ୧୬ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୭ା୭(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୭୧୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକାନ୍ତଙ୍କ ସଂଖ୍ୟା ୧୬ ହଜାର ଟପିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୭୯ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଏବଂ ୨୩୯ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।
ତେବେ ଗଞ୍ଜାମରୁ ସର୍ବାଧିକ ୨୩୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୫୦ ଏବଂ ମାଲକାନଗିରିରୁ ୫୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ, ବାଲେଶ୍ୱର ଏବଂ ପୁରୀରୁ ୯ ଜଣ ଲେଖାଏ ଚିହ୍ନଟ ହୋଇଛନ୍ତିି। ବରଗଡ଼ରୁ ୪, ଭଦ୍ରକ ୧୦, କଟକ ୩୨, ଢେଙ୍କାନାଳ ୬, ଗଜପତି ୨୧, ଜଗତସିଂହପୁର ୧୬, ଝାରସୁଗୁଡ଼ା ୨୪, କନ୍ଧମାଳ ୭, କେନ୍ଦ୍ରାପଡ଼ା ୪, କେନ୍ଦୁଝର ୨୮, କୋରାପୁଟ ୨୭, ମୟୂରଭଞ୍ଜ ୨୨, ନବରଙ୍ଗପୁର ୧, ନୟାଗଡ଼ ୧୩, ରାୟଗଡ଼ା ୧୯, ସମ୍ବଲପୁର ୭, ସୋନପୁର ୫ ଏବଂ ସୁନ୍ଦରଗଡ଼ରୁ ୧୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬,୧୧୦ରେ ପହଞ୍ଚିଥିବା ବେଳେ ୧୦,୮୭୭ ଜଣ ସୁସ୍ଥ ହୋଇଛନ୍ତି। ୫,୧୨୪ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ

ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri