ଆଜି ଭାଜପାର ୬ ଘଣ୍ଟିଆ ରାୟଗଡ଼ା ବନ୍ଦ ଡାକରା

ରାୟଗଡ଼ା,୨୮।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଚନ୍ଦ୍ରପୁରରେ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମିଳିଥିବା ଯୁବତୀଙ୍କ ମୃତଦେହ ଘଟଣାକୁ ନେଇ ପୋଲିସ ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ଭାଜପା ଜିଲା ମହିଳା ମୋର୍ଚ୍ଚା । ଏ ନେଇ ଏକ ଖବରଦାତା ସମ୍ମିଳନୀରେ କ୍ଷୋଭ ପ୍ରକାଶ କରିଛନ୍ତି ଭାଜପାର ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ ଡ. ଐଶ୍ୱର୍ଯ୍ୟା ବିଶ୍ୱାଳ । ମୃତ ଯୁବତୀଙ୍କୁ ନ୍ୟାୟ ଦାବିରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ଗୁରୁବାର ୬ ଘଣ୍ଟିଆ ରାୟଗଡ଼ା ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଇଛି । ସକାଳ ୭ରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଭାଜପା ପକ୍ଷରୁ ରାୟଗଡ଼ାକୁ ସମ୍ପୂର୍ଣ୍ଣ ବନ୍ଦ କରାଯିବ ବୋଲି ଖବରଦାତା ସମ୍ମିଳନୀରେ ବିଶ୍ୱାଳ କହିଛନ୍ତି।

ସେ କହିଛନ୍ତି , ଦକ୍ଷିଣ ଓଡ଼ିଶାରେ ମହିଳାଙ୍କ ପ୍ରତି ହିଂସା ବୃଦ୍ଧି ପାଇବାରେ ଲାଗିଛି । ନବରଙ୍ଗପୁର ଜିଲାରେ ଆବାସିକ ଛାତ୍ରୀଙ୍କୁ ଶିକ୍ଷକଙ୍କ ଦ୍ୱାରା ଗଣବଳାତ୍କାର, କାଶୀପୁର ବ୍ଲକରେ ଜଣେ ଗର୍ଭବତୀଙ୍କୁ ବିନା ଅପରାଧରେ ପୋଲିସ ଗିରଫ କରିବା ଏବଂ ଜଣେ ତୃତୀୟ ଶ୍ରେଣୀର ନାବାଳିକା ଛାତ୍ରୀକୁ ସ୍କୁଲ ପିଅନ ବଳାତ୍କାର କରିବା ଅତି ଲଜ୍ଜାଜନକ ଓ ନିନ୍ଦନୀୟ ଅପରାଧ ବୋଲି ସେ କହିଛନ୍ତି ।

ଏନ୍‌ସିଆର୍‌ବି ରିପୋର୍ଟ ଅନୁସାରେ ୯୮.୬% ମାମଲାର ଶୁଣାଣି ବର୍ତ୍ତମାନ ପର୍ଯ୍ୟନ୍ତ ହୋଇନାହିଁ । ମହିଳାଙ୍କ ପ୍ରତି ହେଉଥିବା ଆପରାଧିକ ମାମଲାରେ ଓଡ଼ିଶାର ଦଣ୍ଡହାର ୮.୬% ଯାହା ସବୁଠାରୁ କମ୍‌ । ରାଜ୍ୟରେ ମହିଳା ଆମତ୍ହତ୍ୟା ଘଟଣା ୬% ରହିଛି । ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକା ବବିତା ପାତ୍ର, ଜିଲା ସଭାପତି ଶିବ ପଟ୍ଟନାୟକ, ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ବି.ଲକ୍ଷ୍ମୀ, ପ୍ରଭାରୀ ଅରୁଣିମା ସାହୁ ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବସନ୍ତ ଉଲାକା ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri