ଆଜି ସୁଆଣ୍ଡୋ ଆସିବେ ମୁଖ୍ୟମନ୍ତ୍ରୀ

ସାକ୍ଷୀଗୋପାଳ,୨୩।୨(ଡି.ଏନ୍‌.ଏ./ସ୍ବ.ପ୍ର.): ସେବା ଓ ତ୍ୟାଗର ମୂର୍ତ୍ତିମନ୍ତ ପ୍ରତୀକ ଓଡ଼ିଆ ଜାତିର ଚିରନମସ୍ୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଗ୍ରାମକୁ ଐତିହ୍ୟ ଗ୍ରାମର ମାନ୍ୟତା ଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ୨୫ କୋଟି ଟଙ୍କା ବ୍ୟୟରେ ଉନ୍ନୟନ କରାଯାଇଛି। ଗୁରୁବାର ଏହା ଜନମାନସ ପାଇଁ ଲୋକାର୍ପଣ କରାଯିବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଜାତୀୟ ସ୍ମୃତିପୀଠକୁ ଉଦ୍‌ଘାଟନ କରିବାକୁ ଆସିବେ। ଏଥିଲାଗି ଜିଲା ପ୍ରଶାସନ ଓ ସତ୍ୟବାଦୀ ଥାନା ପକ୍ଷରୁ ସମସ୍ତ ପ୍ରକାରର ପ୍ରସ୍ତୁତି ସରିଯାଇଛି। ଭୁବନେଶ୍ବରରେ ହେଲିକ୍ୟାପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ସୁଆଣ୍ଡୋରେ ପହଞ୍ଚି ପ୍ରଥମେ ପ୍ରମୋଦ ଉଦ୍ୟାନରେ ସ୍ଥାନିତ କରାଯାଇଥିବା ୧୫ଫୁଟ ଉଚ୍ଚତା ବିଶିଷ୍ଟ ଗୋପବନ୍ଧୁଙ୍କ ପୂର୍ଣାବୟବ ପ୍ରତିମୂର୍ତ୍ତି ଅନାବରଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ନବର୍ନିମିତ ଉତ୍କଳମଣିଙ୍କ ସଂଗ୍ରହାଳୟ ଲୋକାର୍ପଣ କରିବା ପରେ ପୁନରୁଦ୍ଧାର କରାଯାଇ ସଂରକ୍ଷିତ କରାଯାଇଥିବା ଷଠିଘର ଓ ଗ୍ରାମର ଆରାଧ୍ୟ ଠାକୁର ଶ୍ରୀ ଲୋକେଶ୍ୱର ଦେବଙ୍କ ମନ୍ଦିର ପରିଦର୍ଶନ କରିବେ। ପରେ ମୁଖ୍ୟମନ୍ତ୍ରୀ ସେଠାରେ ଏକ ଜନସମାଶେରେ ଅଭିଭାଷଣ ପ୍ରଦାନ କରିବେ। ଜନ ସମାବେଶକୁ ଲକ୍ଷ୍ୟ କରି ବ୍ୟାପକ ପ୍ରସ୍ତୁତି ମଧ୍ୟରେ ଆଇନଶୃଙ୍ଖଳା, ସୁରକ୍ଷା, ଗମନାଗମନ, ପାର୍କିଂ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….

ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ରାତି ହେଲେ ଅବକାରୀ ଥାନା ବନ୍ଦ: ଡିସ୍‌ପ୍ଲେ ବୋର୍ଡ ଜଳୁଛି, କାର୍ଯ୍ୟାଳୟରେ ତାଲା ଝୁଲୁଛି

ଲୋଇସିଂହା,୪।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଅବକାରୀ ଥାନାରେ ରାତି ସମୟରେ କେହି ଷ୍ଟାଫ ରହୁ ନ ଥିବା ଅଭିଯୋଗ ହେଉଛି ା ବୁଧବାର ସନ୍ଧ୍ୟାରେ କାର୍ଯ୍ୟାଳୟର ଡିସପ୍ଲେ…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri