୪୦ ଡିଗ୍ରୀରେ ସିଝାଇବା ପରେ ଆଜି ସକାଳୁ ମେଘୁଆ ପାଗ

ଭୁବନେଶ୍ୱର,୩୧।୩: ଦୁଇ ଦିନର ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଭିତରେ ଆଜି ସକାଳୁ ସକାଳୁ ମେଘୁଆ ପାଗ । ଗତକାଲିର ସକ୍ରିୟ ଘୂର୍ଣ୍ଣବଳୟ ଏବଂ କାଳବୈଶାଖୀ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ମେଘୁଆ ପାଗ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ଅଞ୍ଚଳରେ ଗତକାଲି ତୁଳନାରେ ଦିନ ତାପମାତ୍ରା ସାମାନ୍ୟ କମ ରହିବା ସମ୍ଭାବନା ରହିଛି । ହେଲେ ଆହୁରି ୫ ଦିନ ଗରମ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

୩ ଦିନ ଭିତରେ ତାପମାତ୍ରା ୪୩ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି । ଗତକାଲି ୪୧ ଡିଗ୍ରୀ ସହ ମାଲକାନଗିରି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଟଲିଛି । ମାଲକାନଗରିରି ସମେତ ୫ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ବୌଦ୍ଧ ଓ ଟିଟିଲାଗଡ଼ ତାପମାତ୍ରା ୪୦.୫ ଡିଗ୍ରୀ, ବଲାଙ୍ଗୀର ତାପମାତ୍ରା ୪୦.୨ ଥିବା ବେଳେ ନୟାଗଡ଼ ତାପମାତ୍ରା ୪୦ ଡିଗ୍ରୀ ରହିଛି । ଏପଟେ ରାତିର ତାପମାତ୍ରା ମଧ୍ୟ ବଢିବାରେ ଲାଗିଛି । ରାତିରେ ସ୍ବାଭାବିକ ଠାରୁ ୫ ଡିଗ୍ରୀ ଅଧିକ ରହୁଛି ତାପମାତ୍ରା । ଉପକୂଳ ଓଡ଼ିଶାର ଆଦ୍ରତା ୭୦ ପ୍ରତିଶତ ପର୍ଯ୍ୟନ୍ତ ରହୁଥିବାରୁ ପ୍ରବଳ ଗୁଳିଗୁଳି ଅନୁଭୂତ ହେଉଛି । ଉପକୂଳ ଓଡ଼ିଶାରେ ଅଧିକ ଜଳୀୟବାଷ୍ପ ବାୟୁମଣ୍ଡଳରେ ରହୁଥିବାରୁ ଝାଞ୍ଜିପବନ ଓ ଗୁଳୁଗୁଳି ଅଧିକ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ଅପହଞ୍ଚ: ଆସିଲାନି ଆମ୍ବୁଲାନ୍ସ ଭରା ବନ୍ୟାପାଣିରେ ଭାରରେ ବୁହାହେଲେ ରୋଗୀ

ବରୀ,୧୯ା୮(ମହେନ୍ଦ୍ର ସ୍ବାଇଁ): ଦେଶ ସ୍ବାଧୀନ ହେବାର ୮୦ ବର୍ଷ ବିତିଯାଇଥିଲେ ସୁଦ୍ଧା ଯାଜପୁର ଜିଲା ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିବିଲ ପଞ୍ଚାୟତର ଢିଅସାହି ଗ୍ରାମରେ ବିକାଶର…

ହକି ବିଶ୍ୱକପ ମଇଦାନରେ ଭୟଙ୍କର ଦୁର୍ଘଟଣା, ଭାରତୀୟ ଖେଳାଳି ଲହୁଲୁହାଣ

ନୂଆଦିଲ୍ଲୀ, ୧୯।୮: ଭାରତୀୟ ମହିଳା ହକି ଟିମ ମଙ୍ଗଳବାର ଏକ ଐତିହାସିକ ବିଜୟ ହାସଲ କରିଛି। ନେଦରଲାଣ୍ଡ୍ସର ଆମଷ୍ଟେଲଭନ୍‌ରେ ଖେଳାଯାଇଥିବା ମ୍ୟାଚରେ ଭାରତୀୟ ଟିମ ଦକ୍ଷିଣ ଆଫ୍ରିକାକୁ…

ପ୍ରଥମେ ଦେଲେ ଆଦେଶ, ଏବେ ୟୁ-ଟର୍ନ ନେଲେ ମୁଖ୍ୟମନ୍ତ୍ରୀ ବିଜୟ: ଛାତ୍ରଙ୍କୁ ନେଇ…

ଚେନ୍ନାଇ, ୧୯।୮: ତାମିଲନାଡୁରେ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନେତୃତ୍ୱାଧୀନ ସରକାର ଛାତ୍ରୀଛାତ୍ର ଓ ଯୁବପିଢ଼ିଙ୍କୁ ରାଜନୈତିକ ପ୍ରଦର୍ଶନରୁ ଦୂରେଇ ରଖିବା ନେଇ ଜାରି କରିଥିବା ବିବାଦୀୟ ନିର୍ଦ୍ଦେଶକୁ ପ୍ରତ୍ୟାହାର…

ଗାଲେ ଟେଷ୍ଟକୁ ୧୬୫ ରନରେ ଜିତିଲା ଭାରତ; ୧୦ ୱିକେଟ ନେଇ ଇତିହାସ ରଚିଲେ ମାନବ ସୁଥାର

ନୂଆଦିଲ୍ଲୀ,୧୯।୮: ଗାଲେ ଟେଷ୍ଟରେ ଭାରତ ଶ୍ରୀଲଙ୍କାକୁ ୧୬୫ ରନରେ ପରାସ୍ତ କରିଛି। ଚତୁର୍ଥ ଇନିଂସରେ ୩୭୨ ରନର ଟାର୍ଗେଟ ପିଛା କରି ଶ୍ରୀଲଙ୍କା କେବଳ ୨୦୬ ରନ…

ମାଷ୍ଟରକ୍ୟାଣ୍ଟିନରେ ଖଣ୍ଡଯୁଦ୍ଧ: ପୋଲିସକୁ ଢେଲା ପଥର ମାଡ଼, ଭାଙ୍ଗିଲେ ଆମ ବସ୍‌

ଭୁବନେଶ୍ୱର,୧୯।୮: ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟର କ୍ୟାଣ୍ଟିନ ଛକ । ପୋଲିସ ପକ୍ଷରୁ ଲାଠି ଚାର୍ଜ । ପୋଲିସ ଉପରକୁ ମଧ୍ୟ ଢେଲା ପଥର ମାଡ ।…

ଗୋବିନ୍ଦାଙ୍କ ସହ ଛାଡପତ୍ର ନିଶ୍ଚିତ? ପୁଅ ସହିତ ଫ୍ୟାମିଲି କୋର୍ଟରେ ପହଞ୍ଚିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ଗତ ବର୍ଷ, ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଛାଡପତ୍ର ନେଇ ଖୁବ୍‌ ଗୁଜବ ଉଠିଥିଲା। ଯଦିଓ ଗଣେଶ ପୂଜା ସମୟରେ ଏମାନେ…

ଭିନ୍ନକ୍ଷମ କ୍ରିକେଟ ଦଳକୁ ସମ୍ମାନିତ କଲା ଲଣ୍ଡନର ଓଡ଼ିଆ ରେସ୍ତୋରାଁ ‘ଚିଲିକା’

ବାଲିପାଟଣା, ୧୯।୮(ଅଭିମନ୍ୟୁ ନାୟକ ): ଭାରତୀୟ ଭିନ୍ନକ୍ଷମ କ୍ରିକେଟ ଖେଳାଳିଙ୍କ ସାହସ, ଦୃଢ଼ତା ଓ ସଫଳତାକୁ ସମ୍ମାନ ଜଣାଇ ଦକ୍ଷିଣ-ପୂର୍ୱ ଲଣ୍ଡନରେ ଥିବା ଓଡ଼ିଆ ରେସ୍ତୋରାଁ ‘ଚିଲିକା’…

ବିବାଦ ମଧ୍ୟରେ ଭାରତ ଆସିବେ ବାଂଲାଦେଶ ପ୍ରଧାନମନ୍ତ୍ରୀ, ନିଜର ମତ ସ୍ପଷ୍ଟ କଲା ଭାରତ

ନୂଆଦିଲ୍ଲୀ/ଢାକା,୧୯।୮: ଭାରତ ଏବଂ ବାଂଲାଦେଶ ମଧ୍ୟରେ ସମ୍ପର୍କରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଭାରତୀୟ ହାଇକମିଶନର ଦିନେଶ ତ୍ରିବେଦୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ତାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri