Posted inଜାତୀୟ

କାରଗିଲ ବିଜୟ ଦିବସକୁ ପୂରଣ ହେଲା ୨୨ ବର୍ଷ

ନୂଆଦିଲ୍ଲୀ,୨୬ ।୭: ଦେଶ ମଙ୍ଗଳବାର ପାଳନ କରୁଛି କାରଗିଲ ବିଜୟ ଦିବସ । ୨୨ ବର୍ଷ ପୂର୍ବେ ଠିକ ଆଜିିର ଦିନରେ ଭାରତ ପାକିସ୍ତାନ ସେନାକୁ କଡା ଜବାବ ଦେଇଥିଲା । ଏହି ଅବସରରେ ନୂଆଦିଲ୍ଲୀ ସ୍ଥିତି ୱାର ମେମୋରିଆଲଠାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ୩ ସେନା ମୁଖ୍ୟ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବାର କାର୍ଯ୍ୟକ୍ରମ ରହିଛି ।
ସୂଚନାଯୋଗ୍ୟ, ୧୯୯୯ରେ ପାକିସ୍ତାନ ଅନୁପ୍ରବେଶକାରୀ ଆତଙ୍କବାଦୀ ଓ ପାକିସ୍ତାନ ସେନା କାରଗିଲର ପାହାଡିଆ ଅଞ୍ଚଳରେ ଅନୁପ୍ରବେଶ କରିଥିଲେ । ଅନୁପ୍ରବେଶକାରୀଙ୍କୁ ହଟାଇବାକୁ ଭାରତୀୟ ସେନା ପକ୍ଷରୁ ଅପରେଶନ ବିଜୟ ଆରମ୍ଭ କରାଯାଇଥିଲା । ଆଉ ଜଣ ଜଣ କରି ଅନୁପ୍ରବେଶକାରୀଙ୍କ ମୃତ୍ୟୁ ହେବାସହ କେତେଜଣ ଲୁଚି ପଳାଇ ଯିବାକୁ ବାଧ୍ୟ ହୋଇଥିଲେ । ୨୬ ଜୁଲାଇ ୧୯୯୯ରେ ଠିକ୍ ଆଜିର ଦିନରେ ଭାରତୀୟ ସେନା କାରଗିଲର ପାହାଡିଆ ଅଞ୍ଚଳରେ ପ୍ରବେଶ କରିଥିବା ଅନୁପ୍ରବେଶକାରୀଙ୍କ କବଜାରୁ କାରଗିଲକୁ ଛଡାଇ ଆଣିଥିଲେ ଓ ଅପରେଶନ ବିଜୟ ସଫଳ ହୋଇଥିଲା । କାରଗିଲ ଯୁଦ୍ଧକୁ ଏବେ ୨୩ ବର୍ଷ ହୋଇଛି ।
ତେବେ ଅପରେଶନ ବିଜୟରେ ବି କେତେଜଣ ଭାରତୀୟ ସେନା ଶହୀଦ ହୋଇଥିଲେ । ଏହାପରେ ବି ସେମାନେ ନିଜ ମାଟି ମାଆର ଗୋଟିଏ ଇଞ୍ଚ ଜାଗା ବି ପାକିସ୍ତାନକୁ ଦେଇ ନ ଥିଲେ । କାରଗିଲ ବିଜୟ ଦିବସ ଅବସରରେ ପ୍ରତିବର୍ଷ ବୀର ଯବାନଙ୍କୁ ମନେପକାଯାଇଥାଏ । ଏହାସହ ସେମାନଙ୍କ ସାହସ ଓ ବୀରତାର ଗାଥା କୁହାଯାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri