ଆଜି ଜୀ ସାର୍ଥକର ଦମ୍‌ଦାର ରବିବାର

ଭୁବନେଶ୍ୱର,୨୬।୨: ରାଜ୍ୟର ପ୍ରମୁଖ ଘରୋଇ ମନୋରଞ୍ଜନଭତ୍ତିକ ଓଡ଼ିଆ ଚ୍ୟାନେଲ ଜୀ ସାର୍ଥକରେ ରବିବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଦମ୍‌ଦାର ରବିବାର’ ଶୀର୍ଷକ ବିଶେଷ ଏପିସୋଡ୍‌ ପ୍ରସାରିତ ହେବ। ବିଶେଷକରି କେତେକ ଅନାବଶ୍ୟକ ପରିସ୍ଥିତି ଯୋଗୁ ଚଳିତ ସପ୍ତାହରେ ଦର୍ଶକଙ୍କ ସହ ସମ୍ପୂର୍ଣ୍ଣ ଭାବେ ଯୋଡ଼ିହୋଇପାରି ନ ଥିଲୁ। କାରଣ ଚ୍ୟାନେଲ କେବୁଲରେ ଥିବା ଯାନ୍ତ୍ରିକ ତ୍ରୁଟି ଯୋଗୁ ସେବା ଯୋଗାଇବାରେ ବ୍ୟାଘାତ ସୃଷ୍ଟି ହୋଇଥିଲା। ବର୍ତ୍ତମାନ ଉକ୍ତ ସମସ୍ତ ସମସ୍ୟାର ସମାଧାନ ହୋଇଛି। ଏପରିକି ସମସ୍ତ କେବୁଲରେ ଜୀ ସାର୍ଥକର ସମସ୍ତ କାର୍ଯ୍ୟକ୍ରମ ଦର୍ଶକ ଦେଖିପାରିବେ ବୋଲି ଜୀ ସାର୍ଥକ ପକ୍ଷରୁ କୁହାଯାଇଛି। ସେହିଭଳି ଯାନ୍ତ୍ରିକ ବ୍ୟାଘାତ ଯୋଗୁ ନିଶ୍ଚିତ ଭାବେ ଆମେ ଆମର ଦର୍ଶକଙ୍କୁ ପୂରା ସପ୍ତାହ ମିସ୍‌ କରିଛୁ। ଦର୍ଶକ ଏବଂ ଆମ ଭିତରେ ଥିବା ସମ୍ପର୍କ ପୁଣି ଥରେ ଯୋଡ଼ିହେବାକୁ ଯାଉଛି। ଚଳିତ ସପ୍ତାହର ସମସ୍ତ ମନୋରଞ୍ଜନଭିତ୍ତିକ କାର୍ଯ୍ୟକ୍ରମକୁ ଜୀ ସାର୍ଥକରେ ଦର୍ଶକ ମାତ୍ର ଗୋଟିଏ ଦିନରେ ସମ୍ପୂର୍ଣ୍ଣ ଦେଖିପାରିବେ ବୋଲି ଚ୍ୟାନେଲ ହେଡ୍‌ ପ୍ରତୀକ ସିଲ୍‌ କହିଛନ୍ତି। ଅପରପକ୍ଷରେ ଜୀ ସାର୍ଥକରେ ପ୍ରସାରିତ ପ୍ରମୁଖ ଧାରାବାହିକର ସ୍ବତନ୍ତ୍ର ଏପିସୋଡ୍‌ ଫେବୃୟାରୀ ୨୬(ରବିବାର)ରେ ‘ଦମ୍‌ଦାର ରବିବାର’ ନାମରେ ପ୍ରସାରିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri