ଆଜି ଜୀ ସାର୍ଥକର ଦମ୍‌ଦାର ରବିବାର

ଭୁବନେଶ୍ୱର,୨୬।୨: ରାଜ୍ୟର ପ୍ରମୁଖ ଘରୋଇ ମନୋରଞ୍ଜନଭତ୍ତିକ ଓଡ଼ିଆ ଚ୍ୟାନେଲ ଜୀ ସାର୍ଥକରେ ରବିବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଦମ୍‌ଦାର ରବିବାର’ ଶୀର୍ଷକ ବିଶେଷ ଏପିସୋଡ୍‌ ପ୍ରସାରିତ ହେବ। ବିଶେଷକରି କେତେକ ଅନାବଶ୍ୟକ ପରିସ୍ଥିତି ଯୋଗୁ ଚଳିତ ସପ୍ତାହରେ ଦର୍ଶକଙ୍କ ସହ ସମ୍ପୂର୍ଣ୍ଣ ଭାବେ ଯୋଡ଼ିହୋଇପାରି ନ ଥିଲୁ। କାରଣ ଚ୍ୟାନେଲ କେବୁଲରେ ଥିବା ଯାନ୍ତ୍ରିକ ତ୍ରୁଟି ଯୋଗୁ ସେବା ଯୋଗାଇବାରେ ବ୍ୟାଘାତ ସୃଷ୍ଟି ହୋଇଥିଲା। ବର୍ତ୍ତମାନ ଉକ୍ତ ସମସ୍ତ ସମସ୍ୟାର ସମାଧାନ ହୋଇଛି। ଏପରିକି ସମସ୍ତ କେବୁଲରେ ଜୀ ସାର୍ଥକର ସମସ୍ତ କାର୍ଯ୍ୟକ୍ରମ ଦର୍ଶକ ଦେଖିପାରିବେ ବୋଲି ଜୀ ସାର୍ଥକ ପକ୍ଷରୁ କୁହାଯାଇଛି। ସେହିଭଳି ଯାନ୍ତ୍ରିକ ବ୍ୟାଘାତ ଯୋଗୁ ନିଶ୍ଚିତ ଭାବେ ଆମେ ଆମର ଦର୍ଶକଙ୍କୁ ପୂରା ସପ୍ତାହ ମିସ୍‌ କରିଛୁ। ଦର୍ଶକ ଏବଂ ଆମ ଭିତରେ ଥିବା ସମ୍ପର୍କ ପୁଣି ଥରେ ଯୋଡ଼ିହେବାକୁ ଯାଉଛି। ଚଳିତ ସପ୍ତାହର ସମସ୍ତ ମନୋରଞ୍ଜନଭିତ୍ତିକ କାର୍ଯ୍ୟକ୍ରମକୁ ଜୀ ସାର୍ଥକରେ ଦର୍ଶକ ମାତ୍ର ଗୋଟିଏ ଦିନରେ ସମ୍ପୂର୍ଣ୍ଣ ଦେଖିପାରିବେ ବୋଲି ଚ୍ୟାନେଲ ହେଡ୍‌ ପ୍ରତୀକ ସିଲ୍‌ କହିଛନ୍ତି। ଅପରପକ୍ଷରେ ଜୀ ସାର୍ଥକରେ ପ୍ରସାରିତ ପ୍ରମୁଖ ଧାରାବାହିକର ସ୍ବତନ୍ତ୍ର ଏପିସୋଡ୍‌ ଫେବୃୟାରୀ ୨୬(ରବିବାର)ରେ ‘ଦମ୍‌ଦାର ରବିବାର’ ନାମରେ ପ୍ରସାରିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri