Posted inରାଜ୍ୟ

ଆଜି ଦାରୁଦିଅଁଙ୍କ ସ୍ନାନଯାତ୍ରା

ପୁରୀ ଅଫିସ, ୪।୬: ରବିବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ସେଥିପାଇଁ ସଜେଇ ହୋଇଛି ସ୍ନାନବେଦି। ଅପେକ୍ଷା କରିଛି ମହାପ୍ରଭୁଙ୍କ ଆଗମନକୁ। ଆଉ କେଇ ଘଣ୍ଟା ପରେ ଚତୁର୍ଦ୍ଧାବିଗ୍ରହ ରନତ୍ବେଦୀରୁ ସ୍ନାନବେଦିକୁ ଓହ୍ଲାଇ ଆସିବେ। ପହଣ୍ଡି ପାଇଁ ରନତ୍ସିଂହାସନ ତଳେ ଚାରମାଳ ବନ୍ଧାଯିବା ସହ ଦଇତାପତି ସେବାୟତଙ୍କ ଦ୍ୱାରା ଦାରୁଦିଅଁଙ୍କୁ ସେନାପଟା ଲାଗି କରାଯାଇଛି। ରବିବାର ଭଉଣୀଭାଇଙ୍କ ସହ ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ପ୍ରତ୍ୟକ୍ଷ ସ୍ନାନ କରିବେ ଚତୁର୍ଦ୍ଧାବିଗ୍ରହ। ସ୍ନାନ ପରେ ହାତୀବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ। ସ୍ନାନଯାତ୍ରା ଦେଖିବା ସହ ମହାପ୍ରଭୁଙ୍କ ସାନ୍ନିଧ୍ୟ ଲାଭ କରିବାର ସୁଯୋଗ ପାଉଥିବାରୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ବଢ଼ିବାରେ ଲାଗିଛି। ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ମାର୍କେଟ ଛକଠାରୁ ବ୍ୟାରିକେଡ୍‌ ବ୍ୟବସ୍ଥା କରାଯିବା ସହ ପୋଲିସ ପ୍ରଶାସନ ପକ୍ଷରୁ ଆଇନଶୃଙ୍ଖଳା, ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ଚଳିତବର୍ଷ ପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବା ସହ ସମୁଦାୟ ୩୫୦୦ଜଣ ସୁରକ୍ଷାକର୍ମୀ ଓ ୬୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ସେପଟେ ଭକ୍ତଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡର ବ୍ୟବସ୍ଥା କରାଯାଇଥିବା ବେଳେ ଶ୍ରୀମନ୍ଦିର ଭିତରେ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ କଡ଼ାକଡ଼ି କରାଯାଇଛି। ଏଥିସହ ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ନୀତିନିର୍ଘଣ୍ଟ ନିର୍ଦ୍ଧାରିତ ହୋଇଛି। ରବିବାର ଭୋର ୩.୩୦ରେ ମହାପ୍ରଭୁଙ୍କ ମଙ୍ଗଳାର୍ପଣ କରାଯାଇ ଧାଡି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହଙ୍କୁ ସ୍ନାନବେଦି ଉପରକୁ ବିଜେ କରାଯିବ। ଭୋର ୪ଟାରୁ ପହଣ୍ଡି ଆରମ୍ଭ ହୋଇ ସକାଳ ୬ଟା ସୁଦ୍ଧା ଶେଷ ହେବା ପରେ ମଙ୍ଗଳଆଳତି, ମଇଲମ ଓ ଅନ୍ୟାନ୍ୟ ନୀତି କରାଯାଇ ସକାଳ ୯.୩୦ରୁ ସାଢେ ୧୧ଟା ମଧ୍ୟରେ ଜଳଲାଗି ନୀତି ଅନୁଷ୍ଠିତ ହେବ। ଗରାବଡୁ ସେବକମାନେ ସଂଗୃହୀତ ଜଳକୁ ସ୍ନାନବେଦିକୁ ଆଣିବା ପରେ ପଞ୍ଚ ଉପଚାର ବିଧିରେ ମେକାପଙ୍କ ସହାୟତାରେ ଜଳଲାଗି କରାଯିବ। ପରେ ମହାପ୍ରଭୁଙ୍କ ଛେରାପହଁରା ନୀତି ବଢିବା ପରେ ମଧ୍ୟାହ୍ନ ୧୨.୪୫ରୁ ଅପରାହ୍ନ ୨.୩୦ ମଧ୍ୟରେ ହାତୀବେଶ କରାଯାଇ ଭୋଗ ଅନୁଷ୍ଠିତ ହେବ। ପରେ ଦୁର୍ଲଭ ହାତୀବେଶକୁ ଶ୍ରଦ୍ଧାଳୁମାନେ ବଡ଼ଦାଣ୍ଡ ସମେତ ସ୍ନାନମଣ୍ଡପର ଅତି ନିକଟରୁ ସନ୍ଧ୍ୟା ୬ଟାରୁ ରାତି ୯.୩୦ ଅର୍ଥାତ୍‌ ୩.୩୦ ଘଣ୍ଟା ପର୍ଯ୍ୟନ୍ତ ଦର୍ଶନ କରିବାର ସୁଯୋଗ ପାଇବେ। ପରେ ରାତି ୧୦ଟାରୁ ରାତି ୧ଟା ମଧ୍ୟରେ ବାହୁଡ଼ା ପହଣ୍ଡି ଅନୁଷ୍ଠିତ ହେବ। ତେବେ ସ୍ନାନଯାତ୍ରାକୁ ଦୃଷ୍ଟିରେ ରଖି ସେନାପଟା ଲାଗି କାର୍ଯ୍ୟ ସମ୍ପାଦିତ କରିଛନ୍ତି ଦଇତାପତି ସେବାୟତମାନେ। ବିଳମ୍ବିତ ରାତିରେ କୋଠଶୁଆଁଶିଆମାନେ ମହାପ୍ରଭୁଙ୍କ ଚାରମାଳ ବନ୍ଧା କାର୍ଯ୍ୟ ସମ୍ପନ୍ନ କରିଥିଲେ। ପହଣ୍ଡି ସମୟରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଦଇତାପତିମାନେ ସେନାପଟା ଲାଗି କରୁଥିବାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିଥିଲା। ମହାପ୍ରଭୁଙ୍କ ସେନାପଟା ଲାଗି ନୀତି ପରେ ଅନ୍ୟାନ୍ୟ ନୀତି ହୋଇ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଥିଲା। ଶ୍ରଦ୍ଧାଳୁମାନେ ବ୍ୟାରିକେଡ ମଧ୍ୟ ଦେଇ ଶ୍ରୀମନ୍ଦିର ପରିସରକୁ ଯାଇ ଶ୍ରୀବିଗ୍ରହଙ୍କୁ ଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri