ଆଜି ଭକ୍ତ-ଭଗବାନ ଭେଟ

ପୁରୀ,୨୭ା୬(ଅଜିତ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଶୁକ୍ରବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇଆସି ଭକ୍ତଙ୍କୁ ଦର୍ଶନ ଦେବା ସହ ରଥାରୂଢ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବଦିନାତ୍ମକ ଯାତ୍ରା କରିବେ। ଏଥିପାଇଁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ତିନିରଥ ସହ ପଥ ପ୍ରସ୍ତୁତ ହୋଇ ରହିଥିବାବେଳେ ଭକ୍ତ ଓ ସେବକମାନେ ବ୍ୟାକୁଳତାର ସହ ଜଗତନାଥଙ୍କୁ ଅପେକ୍ଷା କରିଛନ୍ତି। ସକାଳ ୬ଟାରେ ମଙ୍ଗଳ ଆଳତି ପରେ ଅନ୍ୟାନ୍ୟ ନୀତି ବଢ଼ି ୯ଟାରେ ରଥ ପ୍ରତିଷ୍ଠା, ୯ଟା ୩୦ରେ ପହଣ୍ଡି ଆରମ୍ଭ ହେବ। ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ମଧ୍ୟରେ ଛେରାପହଁରା ସରିବ। ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି। ଅନ୍ୟପକ୍ଷେ ବିଶ୍ୱନିୟନ୍ତାଙ୍କ ରଥଯାତ୍ରାରେ ସାମିଲ ହେବାକୁ ଗୁରୁବାରଠାରୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ହେବାରେ ଲାଗିଛି।

ଘୋଷଯାତ୍ରାର ଅବ୍ୟବହିତ ପୂର୍ବରୁ ଗୁରୁବାର ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବା ପରେ ରଥଖଳାକୁ ଆଜ୍ଞାମାଳ ବିଜେ କରାଯାଇଥିଲା। ୩ଜଣ ପୂଜାପଣ୍ଡା ସେବକ ଶ୍ରୀବିଗ୍ରହଙ୍କଠାରୁ ଆଜ୍ଞାମାଳ ଆଣିଥିଲେ। ପରେ ଘଣ୍ଟ, ଛତା କାହାଳୀ ଆଦି ସହ ପୂଜାପଣ୍ଡା ସାମନ୍ତ ରଥଖଳାକୁ ଆଜ୍ଞାମାଳ ବିଜେ କରିଥିଲେ। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ପରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଏବଂ ଶେଷରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ଆଜ୍ଞାମାଳ ବିଜେ କରାଯାଇଥିଲା। ଭୋଇ ସେବକମାନେ ରଥରେ ଦଉଡ଼ି ସଂଯୋଗ କରିଥିଲେ। ତାଳଧ୍ୱଜ ରଥରେ ବିଜେ କାହାଳୀ ଦିଆଯିବା ପରେ ପରମ୍ପରା ଅନୁଯାୟୀ, ପ୍ରଥମେ ନନ୍ଦିଘୋଷ ରଥକୁ ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖକୁ ଟଣାଯାଇଥିଲା। ପରେ ଦେବଦଳନ ଏବଂ ଶେଷରେ ତାଳଧ୍ୱଜ ରଥକୁ ଟଣାଯାଇ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚାଯାଇଥିଲା। ସିଂହଦ୍ୱାର ସମ୍ମୁଖରେ ଲାଗିବା ପରେ ତିନିରଥ ଚାରିପଟେ ପୋଲିସ ପକ୍ଷରୁ ଲୁହା ବ୍ୟାରିକେଡ୍‌ ଦ୍ବାରା ଆବଦ୍ଧ କରାଯାଇଥିଲା। ରଥଯାତ୍ରା ପାଇଁ ପୁରୀ ପ୍ରଶାସନ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri