ଆଜି ଭକ୍ତ-ଭଗବାନ ଭେଟ

ପୁରୀ,୨୭ା୬(ଅଜିତ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଶୁକ୍ରବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇଆସି ଭକ୍ତଙ୍କୁ ଦର୍ଶନ ଦେବା ସହ ରଥାରୂଢ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବଦିନାତ୍ମକ ଯାତ୍ରା କରିବେ। ଏଥିପାଇଁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ତିନିରଥ ସହ ପଥ ପ୍ରସ୍ତୁତ ହୋଇ ରହିଥିବାବେଳେ ଭକ୍ତ ଓ ସେବକମାନେ ବ୍ୟାକୁଳତାର ସହ ଜଗତନାଥଙ୍କୁ ଅପେକ୍ଷା କରିଛନ୍ତି। ସକାଳ ୬ଟାରେ ମଙ୍ଗଳ ଆଳତି ପରେ ଅନ୍ୟାନ୍ୟ ନୀତି ବଢ଼ି ୯ଟାରେ ରଥ ପ୍ରତିଷ୍ଠା, ୯ଟା ୩୦ରେ ପହଣ୍ଡି ଆରମ୍ଭ ହେବ। ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ମଧ୍ୟରେ ଛେରାପହଁରା ସରିବ। ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି। ଅନ୍ୟପକ୍ଷେ ବିଶ୍ୱନିୟନ୍ତାଙ୍କ ରଥଯାତ୍ରାରେ ସାମିଲ ହେବାକୁ ଗୁରୁବାରଠାରୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ହେବାରେ ଲାଗିଛି।

ଘୋଷଯାତ୍ରାର ଅବ୍ୟବହିତ ପୂର୍ବରୁ ଗୁରୁବାର ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବା ପରେ ରଥଖଳାକୁ ଆଜ୍ଞାମାଳ ବିଜେ କରାଯାଇଥିଲା। ୩ଜଣ ପୂଜାପଣ୍ଡା ସେବକ ଶ୍ରୀବିଗ୍ରହଙ୍କଠାରୁ ଆଜ୍ଞାମାଳ ଆଣିଥିଲେ। ପରେ ଘଣ୍ଟ, ଛତା କାହାଳୀ ଆଦି ସହ ପୂଜାପଣ୍ଡା ସାମନ୍ତ ରଥଖଳାକୁ ଆଜ୍ଞାମାଳ ବିଜେ କରିଥିଲେ। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ପରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଏବଂ ଶେଷରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ଆଜ୍ଞାମାଳ ବିଜେ କରାଯାଇଥିଲା। ଭୋଇ ସେବକମାନେ ରଥରେ ଦଉଡ଼ି ସଂଯୋଗ କରିଥିଲେ। ତାଳଧ୍ୱଜ ରଥରେ ବିଜେ କାହାଳୀ ଦିଆଯିବା ପରେ ପରମ୍ପରା ଅନୁଯାୟୀ, ପ୍ରଥମେ ନନ୍ଦିଘୋଷ ରଥକୁ ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖକୁ ଟଣାଯାଇଥିଲା। ପରେ ଦେବଦଳନ ଏବଂ ଶେଷରେ ତାଳଧ୍ୱଜ ରଥକୁ ଟଣାଯାଇ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚାଯାଇଥିଲା। ସିଂହଦ୍ୱାର ସମ୍ମୁଖରେ ଲାଗିବା ପରେ ତିନିରଥ ଚାରିପଟେ ପୋଲିସ ପକ୍ଷରୁ ଲୁହା ବ୍ୟାରିକେଡ୍‌ ଦ୍ବାରା ଆବଦ୍ଧ କରାଯାଇଥିଲା। ରଥଯାତ୍ରା ପାଇଁ ପୁରୀ ପ୍ରଶାସନ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri