ଆଜି ୧୦ ଜିଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ଟିକା ଅଭାବ ଯୋଗୁ ରାଜ୍ୟରେ ଟିକାକରଣରେ ବାଧା ସୃଷ୍ଟି ହେଉଛି। ଦୈନିକ ୩ଲକ୍ଷ ଟିକାକରଣ ପାଇଁ ଲକ୍ଷ୍ୟ ରଖାଯାଇଥିଲେ ମଧ୍ୟ ଏବେ ଲକ୍ଷେ ଟପୁନି ଟିକାଦାନ। ସେପଟେ ରାଜ୍ୟରେ ଏବେମାତ୍ର ୫୯,୯୨୦ ଡୋଜ୍‌ କୋଭିଶିଲ୍ଡ ଟିକା ଗଚ୍ଛିତ ରହିଥିବାବେଳେ ଏହା ଆଉ ଦିନେ କି ଦୁଇଦିନ ଯିବ। ଆସନ୍ତା ୧୫ତାରିଖ ବେଳକୁ ୩,୧୬,୪୭୦ ଡୋଜ୍‌ କୋଭିଶିଲ୍ଡ ଟିକା ଓଡ଼ିଶାକୁ ଆସିବାର ରହିଛି। ତେଣୁ ଏ ସମୟ ମଧ୍ୟରେ ଟିକାକରଣ ବାଧାପ୍ରାପ୍ତ ହେବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି। ତେବେ ଟିକା ଅଭାବ ଯୋଗୁ ଶନିବାର ମାତ୍ର ୩୦୮ କେନ୍ଦ୍ରରେ ଟିକାକରଣ ହେବ। ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, କଳାହାଣ୍ଡି, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ନୟାଗଡ଼, ନୂଆପଡ଼ା ଓ ସୋନପୁର ଆଦି ୧୦ଜିଲାରେ ଟିକାକରଣ ସମ୍ପୂର୍ଣ୍ଣ ବନ୍ଦ ରହିବ।
ରାଜ୍ୟରେ ଟିକାକରଣ ସମସ୍ୟା ସଂକ୍ରାନ୍ତରେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଗତ ୬ ତାରିଖରେ କେନ୍ଦ୍ରକୁ ଚିଠି ଲେଖି ଅବଗତ କରିବା ସହ ତୁରନ୍ତ କୋଭିଶିଲ୍ଡ ଟିକା ପଠାଇବାକୁ ଅନୁରୋଧ କରିଥିଲେ। ୩ଦିନ ବିତିଯାଇଥିଲେ ସୁଦ୍ଧା କେନ୍ଦ୍ର ସରକାର ଟିକା ପଠାଇ ପାରି ନ ଥିବାରୁ ଟିକାକରଣ ପ୍ରଭାବିତ ହୋଇଛି। ଅନ୍ୟପଟେ ଶୁକ୍ରବାର ୫୪୫ କେନ୍ଦ୍ରରେ ୯୩,୩୩୪ ଡୋଜ୍‌ ଟିକାକରଣ ହୋଇଛି। ୫୬ଜଣ ସ୍ବାସ୍ଥ୍ୟକର୍ମୀ, ୭୦୬ଜଣ ସମ୍ମୁଖ ଯୋଦ୍ଧା, ୧୮ରୁ ୪୪ବର୍ଷ ମଧ୍ୟରେ ୪୫,୦୫୭ଜଣ ଏବଂ ୪୭,୫୧୫ଜଣ ୪୫ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କୁ ଟିକା ଦଆଯାଇଛି। ଏହାକୁ ମିଶାଇ ମୋଟ ଟିକାକରଣ ୧,୩୨,୭୨,୬୩୮ରେ ପହଞ୍ଚତ୍ଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେପଟେ ୧.୭୩ ଲକ୍ଷ ଡୋଜ୍‌ କୋଭାକ୍ସିନ ଟିକା ଶୁକ୍ରବାର ଓଡ଼ିଶାରେ ଆସି ପହଞ୍ଚତ୍ଥିବା ଜଣାପଡ଼ିଛି। ବର୍ତ୍ତମାନ ରାଜ୍ୟରେ ୩,୯୩,୦୧୦ ଡୋଜ୍‌ କୋଭାକ୍ସିନ ଟିକା ଗଚ୍ଛିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?