ଆଜି ଭୁବନେଶ୍ୱରରୁ ୫ ଆକ୍ରାନ୍ତ ଚିହ୍ନଟ: ଲୋକାଲ କେସ ସଂଖ୍ୟା ଅଧିକ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।