୩ ଦିନରେ ମହଙ୍ଗା ହେଲାଣି ସୁନା: ଆଜି ଭାଙ୍ଗିଲା ରେକର୍ଡ, ଦାମ୍‌ ରହିଛି…

ନୂଆଦିଲ୍ଲୀ,୧୧ା୪: ପୁଣି ଚିନ୍ତା ବଢ଼ାଇଛି ସୁନା ଦର। କିଛିଦିନ ଧରି ସୁନାରୁପା ଦର ହୁହୁ ହୋଇ ବଢୁଛି। ଫଳରେ ଚିନ୍ତାରେ ପଡ଼ିଛନ୍ତି ଲୋକେ। ସୁନା ଦର ହ୍ରାସ ପାଇବ ବୋଲି ଖବର ପ୍ରକାଶ ପାଉଥିଲେ ହେଁ ଏହି ଦର ବଢ଼ିବଢ଼ି ଚାଲିଛି। ଶୁକ୍ରବାର ସୁନା ଦର ୯୫ ହଜାର ଟଙ୍କା ପାର୍‌ କରିଛି। ୨୪ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ ପିଛା ୯୫,୪୦୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୮୭,୪୫୦ ଟଙ୍କା ରହିଛି। ୩ ଦିନରେ ସୁନା ଦର ୫ ହଜାରରୁ ଅଧିକ ହୋଇଛି।

ଗୋଟିଏ ପଟେ, ଫ୍ୟୁଚର୍ସ ବଜାରରେ ସୁନାର ମୂଲ୍ୟ ବୃଦ୍ଧି ପାଉଛି। ଅନ୍ୟପକ୍ଷରେ, ଘରୋଇ ବଜାରରେ ସୁନା ପ୍ରତି ୧୦ ଗ୍ରାମ ୯୫,୪୦୦ ଟଙ୍କାର ରେକର୍ଡ ସ୍ତରକୁ ପହଞ୍ଚିଛି। ସୁନା ୨୦୨୦ ଟଙ୍କା ବୃଦ୍ଧି ପାଇଛି। ଦେଶର ପ୍ରମୁଖ ସହରଗୁଡ଼ିକରେ ଆଜି ସୁନାର ମୂଲ୍ୟ କେତେ। ୧୦ ଗ୍ରାମ ସୁନା କିଣିବା ପାଇଁ ଆପଣଙ୍କୁ କେତେ ଟଙ୍କା ଦେବାକୁ ପଡ଼ିବ?

ରିପୋର୍ଟ ଅନୁଯାୟୀ, ଆଜି ଦିଲ୍ଲୀରେ ୨୪ କ୍ୟାରେଟ୍‌ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ୍‌ ପାଇଁ ୨୦୨୦ ଟଙ୍କା ବୃଦ୍ଧି ପାଇଛି। ଅର୍ଥାତ୍‌ ରାଜଧାନୀ ଦିଲ୍ଲୀରେ ସୁନାର ମୂଲ୍ୟ ୯୫,୫୫୦ ଟଙ୍କାରେ ବିକ୍ରି ହେଉଛି। ସେହିପରି, ଯଦି ଆମେ ଦେଶର ମୁମ୍ବାଇ ବିଷୟରେ କହିବା ତେବେ ସେଠାରେ ମଧ୍ୟ ୨୪ କ୍ୟାରେଟ୍‌ ସୁନା କିଣିବା ପାଇଁ ଆପଣଙ୍କୁ ୯୫,୪୦୦ ଟଙ୍କା ଦେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri