ଆଜି କାଲି କହି ଭଣ୍ଡାଉଛନ୍ତି ପୋଷ୍ଟ ଅଫିସ କର୍ମଚାରୀ: ଉପଭୋକ୍ତା ଅତିଷ୍ଠ

ଗଞ୍ଜାମ,(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବଡ଼ ବଜାର ସ୍ଥିତ ପୋଷ୍ଟ ଅଫିସର କର୍ମଚାରୀମାନଙ୍କ ମନମୁଖୀ ଆଚରଣ ନେଇ ଗ୍ରାହକମାନେ ଅତିଷ୍ଠ ହୋଇପଡ଼ିଛନ୍ତି। ଏମିତିକି ଗ୍ରାହକମାନଙ୍କ ସହ କର୍ମଚାରୀମାନେ ଦୁର୍ବ୍ୟବହାର କରୁଥିବା ଅଭିଯୋଗ ଉଠୁଛି।

ସ୍ଥାନୀୟ ଅଞ୍ଚଳର ଅଭିମନ୍ୟୁ ଆଚାର୍ଯ୍ୟ (ବାବୁଲା) ନାମକ ଜଣେ ବ୍ୟକ୍ତି ନିଜ ଖାତାରେ ଟଙ୍କା ଜମା କରିବା ପରେ ଖାତା ଅପଡେଟ ପାଇଁ ପୋଷ୍ଟ ଅଫିସ କର୍ମଚାରୀଙ୍କୁ ଅନୁରୋଧ କରିଥିଲେ। କିନ୍ତୁ “ମେଶିନ ଖରାପ ଅଛି, କାଲି ଆସ” ବୋଲି କହିବା ପରେ ସେ ଫେରିଯାଇଥିଲେ।

ପରେ ଖାତା ଅପଡେଟ କରିବା ପାଇଁ ସେ ଚାରିଥର ପୋଷ୍ଟ ଅଫିସକୁ ଯାଇଥିଲେ। ତଥାପି କାମ ନ ହେବାରୁ କର୍ମଚାରୀ ଜଣେ “ବାରମ୍ବାର କାହିଁକି ଆସୁଛ? ଆମକୁ କଣ ସୁଖ ଲାଗୁଛି? ଯାଅ, ଜୟଶ୍ରୀ କେମିକାଲ୍ ନିକଟରେ ଥିବା ପୋଷ୍ଟ ଅଫିସକୁ ଯାଅ” ବୋଲି କହି ଦୁର୍ବ୍ୟବହାର କରିଥିବା ଅଭିଯୋଗ ବାବୁଲା ଗଣମାଧ୍ୟମ ସମ୍ମୁଖରେ କହିଛନ୍ତି।

ବାବୁଲାଙ୍କ ପରି ଅନେକ ଗ୍ରାହକ ଏଭଳି ଦୁର୍ବ୍ୟବହାରର ଶିକାର ହେଉଥିବା ନେଇ ସହରରେ ଆଲୋଚନା ହେଉଛି।ଏହି ପରିସ୍ଥିତିକୁ ନେଇ ସ୍ଥାନୀୟ ଅଞ୍ଚଳବାସୀ ପ୍ରଶାସନଙ୍କୁ ଦୃଷ୍ଟିଆକର୍ଷଣ କରି ତୁରନ୍ତ ପଦକ୍ଷେପ ନେବାକୁ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri