Posted inଜାତୀୟ

ଆଜି ମୋ ପାଖରେ ଅର୍ଥମନ୍ତ୍ରଣାଳୟ, ଆସନ୍ତାକାଲି ରହିବ କି ନାହିଁ ଜାଣେନା: ଅଜିତଙ୍କ ମନ୍ତବ୍ୟ ନେଇ କଳ୍ପନା ଜଳ୍ପନା…

ମୁମ୍ବାଇ,୨୫।୯ : ପୁଣିଥରେ ମହାରାଷ୍ଟ୍ର ରାଜନୀତିରେ କଳ୍ପନା ଜଳ୍ପନାର ଆରମ୍ଭ ହୋଇଛି। ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାର ତାଙ୍କ ବିବୃତ୍ତିରେ ପୁଣିଥରେ ରାଜ୍ୟ ରାଜନୀତିକୁ ଉଷ୍ଣ କରିଛନ୍ତି। ବାରାମତିରେ ଏକ କାର୍ଯ୍ୟକ୍ରମରେ ସେ କହିଛନ୍ତି, ଆଜି ମୋ ପାଖରେ ଅର୍ଥ ବିଭାଗର ଦାୟିତ୍ୱ ଅଛି, ଆସନ୍ତାକାଲି ରହିବ କି ନାହିଁ ମୁଁ କହି ପାରିବି ନାହିଁ।

ସମବାୟ କ୍ଷେତ୍ର ସହ ଜଡିତ ଏକ କାର୍ଯ୍ୟକ୍ରମରେ ସେ ଏହା କହିଥିଲେ। ଏହି ସମୟରେ ସେ ଆହୁରି ମଧ୍ୟ କହିଛନ୍ତି ଆମର ଅନୁଷ୍ଠାନ ଏବଂ ଚିନି ମିଲଗୁଡିକ ଆର୍ଥିକ ଦୃଷ୍ଟିରୁ ସକ୍ଷମ ହେବା ଉଚିତ।

କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ମୁମ୍ବାଇ ଗସ୍ତ ସମୟରେ ଏନସିପି ନେତା ଅଜିତ ପାୱାରଙ୍କ ଅନୁପସ୍ଥିତି ରାଜନୈତିକ ମହଲରେ ଅନେକ ପ୍ରଶ୍ନ ସୃଷ୍ଟି କରିଛି। ଏ ସମ୍ପର୍କରେ ବିଭିନ୍ନ କଳ୍ପନାଜଳ୍ପନା କରାଯାଉଛି।

ତେବେ ଅଜିତ ପାୱାର ଏହି କଳ୍ପନା ଜଳ୍ପନାର ଅନ୍ତ ଘଟାଇ କହିଛନ୍ତି ସେ ଅମିତ ଶାହାଙ୍କ କାର୍ଯ୍ୟାଳୟକୁ ତାଙ୍କ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ବିଷୟରେ ଜଣାଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

ଆଫଗାନିସ୍ତାନ ମାଡ଼ରେ ଉଡ଼ିଲା ପାକିସ୍ତାନର ହୋଶ! ଭାରତ ବିରୋଧରେ ଖ୍ବାଜା ଆସିଫ ଆଣିଲେ…

ଇସଲାମାବାଦ,୨୬।୬: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଆଫଗାନିସ୍ତାନରୁ ହୋଇଥିବା ଡ୍ରୋନ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି। ଗତ ସପ୍ତାହରେ, ଆଫଗାନ ତାଲିବାନ ବାହିନୀ ଦୁଇଟି…

ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ; ଆପଣଙ୍କ ପାଇଁ ଲାଭ ନା କ୍ଷତି?

ନୂଆଦିଲ୍ଲୀ,୨୬।୬: ଦେଶର ସବୁଠାରୁ ଗରିବ ପରିବାରଗୁଡ଼ିକୁ ମିଳୁଥିବା ରାସନ ବ୍ୟବସ୍ଥାରେ କେନ୍ଦ୍ର ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY)…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

ବଢିବ ସିୟାଙ୍କ ସମସ୍ୟା! କସାବକୁ ମୃତ୍ୟୁଦଣ୍ଡ ଦେଇଥିବା ଓକିଲ ଲଢ଼ିବେ କେତନଙ୍କ ହତ୍ୟା ମାମଲା

ପୁଣେ,୨୬।୬: ପୁଣେର ପ୍ରସିଦ୍ଧ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଏହି ହାଇପ୍ରୋଫାଇଲ ହତ୍ୟାକାଣ୍ଡକୁ ନେଇ ସାରା ମହାରାଷ୍ଟ୍ରରେ…

ଅନଶନକାରୀଙ୍କ ସହ ଜିଲାପାଳ-ଏସ୍‌ପିଙ୍କ ରୁଦ୍ଧଦ୍ୱାର ବୈଠକ, ଫଳାଫଳ ଉପରେ ସମସ୍ତଙ୍କ ନଜର

ପଟ୍ଟାମୁଣ୍ଡାଇ,୨୬ା୬(କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଳଭା-୨ ଅଧୀନ ୧୬ନଂ କେନାଲ ରାସ୍ତା କାର୍ଯ୍ୟ ପାଇଁ ଆସିଥିବା ଅର୍ଥ ଆଦୌ ବିନିଯୋଗ ନ ହୋଇ ମିଥ୍ୟା ବିଲ୍‌…

ସାବଧାନ! ୧ ଜୁଲାଇରୁ ବଦଳିଯିବ ଏହି ସବୁ ନିୟମ; ମହଙ୍ଗା ପଡ଼ିବ ନା ଆଶ୍ୱସ୍ତି ମିଳିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୬: ପ୍ରତି ମାସର ପହିଲା ତାରିଖ ନିଜ ସହିତ କିଛି ନୂଆ ନିୟମ ନେଇ ଆସିଥାଏ। ଜୁନ ମାସ ଏବେ ଶେଷ ହେବାକୁ ଯାଉଛି ଏବଂ ଜୁଲାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri