Posted inଜାତୀୟ

ଆଜି ମୋତେ ବହିଷ୍କୃତ କଲେ, କାଲି ମୋ’ ଘରକୁ ସିବିଆଇ ଆସିବ: ମହୁଆ

ନୂଆଦିଲ୍ଲୀ,୮।୧୨: ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏମ୍‌ପି ମହୁଆ ମୋଇତ୍ରା ଲୋକ ସଭାରୁ ବହିଷ୍କୃତ ହୋଇଛନ୍ତି। ଶୁକ୍ରବାର ଏଥିକ୍ସ କମିଟିର ଯାଞ୍ଚରେ ସେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଏହାପରେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ତେବେ ତାଙ୍କ ଉପରେ ଟଙ୍କା ନେଇ ସଂସଦରେ ପ୍ରଶ୍ନ ପଚାରୁଥିବା ଅଭିଯୋଗ ହୋଇଥିଲା। ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଏହି ଅଭିଯୋଗ କରିଥିଲେ। ଏହାପରେ ମହୁଆ ଦିଲ୍ଲୀ ହାଇକୋର୍ଟରେ ମାନହାନି ମାମଲା ରୁଜୁ କରିଥିଲେ।

ସଦସ୍ୟତା ଯିବା ପରେ ମହୁଆ ସଂସଦରୁ ରାଗରେ ବାହାରିଥିବା ଦେଖାଯାଇଥିଲା। ଏହି ସମୟରେ ସେ ଖବରଦାତାଙ୍କ ସମ୍ମୁଖରେ ପ୍ରତିକ୍ରିୟା ରଖି ଭାଜପା ଉପରେ ବର୍ଷିଛନ୍ତି। ଆଜି ମୋତେ ବହିଷ୍କୃତ କରାଯାଇଛି, କାଲି ମୋ ଘରକୁ ସିବିଆଇ ଆସିବ। ଆଦାନୀଙ୍କର କିନ୍ତୁ କିଛି ହେବନାହିଁ। ମୁଁ ଆଦାନୀ ପ୍ରସଙ୍ଗ ଉଠାଇଥିଲି। ତାଙ୍କର ୩୦ ହଜାର କୋଟି ଘୋଟାଲାରେ ସରକାର ଚୁପ୍‌ କାହିଁକି? ମୋ ବିରୋଧରେ ହୋଇଥିବା ଯାଞ୍ଚରେ ଟଙ୍କା ମିଳିନାହିଁ। ହେଲେ କଙ୍ଗାରୁ କୋର୍ଟ ଭଳି କମିଟି କାର୍ଯ୍ୟ କରିଥିବା ମହୁଆ ଅଭିଯୋଗ କରିଛନ୍ତି।

କେବଳ ଏତିକି ନୁହେଁ ମହୁଆ କହିଛନ୍ତି, କମିଟି ସମସ୍ତ ନିୟମ ଭାଙ୍ଗିଛି। ବିସ୍ତୃତ ଭାବେ ମାମଲାର ଯାଞ୍ଚ କରାଯାଇନାହିଁ। ଏହା ଭାଜପା ସରକାର ପତନର ଆରମ୍ଭ ମାତ୍ର। କାରଣ ଏହି ସରକାର ମହିଳା ଏବଂ ମୁସଲମାନଙ୍କୁ ଘୃଣା କରେ। ପୂର୍ବରୁ ଭାଜପା ଏମ୍‌ପି ରମେଶ ବିଧୁଡି ମଧ୍ୟ ମୁସଲମାନଙ୍କୁ ଅପଶବ୍ଦ କହିଥିଲେ ହେଁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିବା ସେ ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?